Advertisment

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଶେଷ ଦିନ; ସମ୍ବଲପୁର ଯିବେ ମାଡାମ୍ ପ୍ରେସିଡେଣ୍ଟ

ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଧ୍ବନି ମଣ୍ଡପ ଓ ସନ୍ଥ କବି ଭୀମଭୋଇ ଆଶ୍ରମ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।

ଅଦ୍ୟତନ ହୋଇଛି
President

President

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନ। ଆଜି ସମ୍ବଲପୁରରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବରରୁ ବାୟୁସେନା ହେଲିକପ୍ଟରରେ ଯାଇ ସମ୍ବଲପୁର ରେଢାଖୋଲ କଦଳୀଗଡସ୍ଥିତ ହାଇସ୍କୁଲ ପଡିଆରେ ଓହ୍ଲାଇବେ ।

Advertisment

ଏହା ପରେ ସନ୍ଥ କବି ଭୀମଭୋଇ ଆବିର୍ଭାବ ପୀଠକୁ ଗସ୍ତ କରିବେ। ସେଠାରେ ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଧ୍ବନି ମଣ୍ଡପ ଓ ସନ୍ଥ କବି ଭୀମଭୋଇ ଆଶ୍ରମ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁରରେ ରାଷ୍ଟ୍ରପତି ଆହୁରି ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ।

ଗତକାଲି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ପଦକ ପ୍ରଦାନ କରିଥିଲେ। ଅପରାହ୍ନରେ କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହୋଇ ପୁଣି ରାଜଭବନ ଫେରିଥିଲେ।

Advertisment

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରେଢାଖୋଲ ଓ କଦଳୀଗଡ଼ରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି । ଅପରାହ୍ନ ୫ଟା ୧୫ରେ ଝାରସୁଗୁଡ଼ା ବିମାନ ବନ୍ଦରରୁ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି ।

President Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ