• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ଯୋଜନା ଆରମ୍ଭ ପରିପ୍ରେକ୍ଷୀରେ ଆସନ୍ତାକାଲିଠୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବନି ଘରୋଇ ବସ୍ । ଗତକାଲି ଅନୁଷ୍ଠିତ ସାଧାରଣ ପରିଷଦ ବୈଠକ ପରେ ଏଭଳି ଘୋଷଣା କରିଛି ଓଡିଶା ଘରୋଇ ବସ୍ ମାଲିକ ସଂଘ ।

ଲକ୍ଷ୍ମୀ ବସ୍ ଗଡ଼ିବା ପରିପ୍ରେକ୍ଷୀରେ ଗତ ମାସ ୨୭ ତାରିଖ ବୈଠକ କରି ରାଜ୍ୟ ସରକାର ସେମାନଙ୍କ ଦାବି ନଶୁଣିଲେ ରାଜ୍ୟରେ ଘରୋଇ ବସ୍ ସେବା ବନ୍ଦ ରଖିବାକୁ ଧମକ ଦେଇଥିଲେ । ହେଲେ ରାଜ୍ୟ ସରକାର ଆଲୋଚନାକୁ ଡାକିନାହାନ୍ତି କିମ୍ବା କୌଣସି ଦାବି ମାନି ନଥିବା କହି କାଲିଠୁ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ କରିବାକୁ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି ।

ଏପରିକି ସ୍କୁଲ, କଲେଜ, ଟୁର ଟ୍ରାଭେଲ ବସ୍ ସହ ଘରୋଇ ବସ ସେବା ବନ୍ଦ ରହିବ ବୋଲି କହିଛି ସଂଘ । ‘ଲକ୍ଷ୍ମୀ’ ଯୋଜନାରେ ଚାଲିବାକୁ ଥିବା ରୁଟରେ ଘରୋଇ ବସ ଗୁଡିକୁ ସବସିଡି ଦେବାକୁ ସଂଘ ଦାବି କରିଛି । ସରକାର ରାଜି ହେଲେ, ଘରୋଇ ବସ୍ ଗୁଡିକୁ ଲକ୍ଷ୍ମୀ ଯୋଜନା ଅନୁଯାୟୀ ସଜାଇ ଦିଆଯିବ ବୋଲି କହିଛି ସଂଘ । ତେବେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି ।

  • Reported by:
  • NIRANJAN REDDY