• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

୨୦ରୁ ସାରା ରାଜ୍ୟରେ ଘରୋଇ ବସ୍ ଧର୍ମଘଟ । ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଚଳାଚଳକୁବିରୋଧ କରି ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆଜି ଭୁବନେଶ୍ୱରରେ ସଂଘର ସାଧାରଣ ପରିଷଦ ବୈଠକରେ ଏ ନେଇ ଘୋଷଣା କରାଯାଇଛି । ସଂଘ କହିଛି ଗତ ୧୦ ତାରିଖରେ ସରକାରଙ୍କ ସହ ହୋଇଥିବା ଆଲୋଚନା ଅନୁସାରେ ସରକାର ତାଙ୍କ ପ୍ରତିଶ୍ରୁତି ରକ୍ଷା କରି ନାହାନ୍ତି ।

ଲକ୍ଷ୍ମୀ ବସକୁ ବ୍ଲକ ସ୍ତରରେ ସୀମିତ ରଖି ଜିଲ୍ଲା ମୁଖ୍ୟାଳୟକୁ ଚଳାଇବେ ନାହିଁ ବୋଲି କହିଥିଲେ ରାଜ୍ୟ ସରକାର । କିନ୍ତୁ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହୋଇଥିବା ୬ ଜିଲ୍ଲା ସମେତ ଅନ୍ୟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଜିଲ୍ଲାକୁ ମୁଖ୍ୟାଳୟକୁ ଚଳାଇଛନ୍ତି । ସରକାର ତାଙ୍କ ପ୍ରତିଶ୍ରୁତି ରକ୍ଷା କରିନଥିବାରୁ ସଂଘ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇଥିବା ରାଜ୍ୟ ଘରୋଇ ବସ୍ ମାଲିକସଂଘର ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ କହିଛନ୍ତି ।

ସେପଟେ ପୂଜା ସମୟରେ ବସ୍ ଧର୍ମଘଟ ପାଇଁ ଲୋକେ ହଇରାଣ ହେବାକୁ ଥିବାରୁ ଏଥିପାଇଁ ସଂଘ କ୍ଷମା ପ୍ରାର୍ଥନା କରୁଥିବା କହିଛନ୍ତି ସଂଘର କୋଷାଧ୍ୟକ୍ଷ ବରଦା ପ୍ରସନ୍ନ ଆଚାର୍ଯ୍ୟ । ଅନ୍ୟପଟେ ଘରୋଇ ବସର ମାଲିକ ସଂଘର ଧର୍ମଘଟ ଡାକରା ନେଇ ପରିବହନ ମନ୍ତ୍ରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।