/odishatv-khabar/media/post_attachments/uploadimage/library/16_9/16_9_0/IMAGE_1691146664.jpg)
Banaka Lagi Of Lord Jagannath
ବନକଲାଗି ସଂପର୍କରେ ଶ୍ରୀମନ୍ଦିର ପରିଚାଳନା କମିଟିରେ ବଡ଼ ନିଷ୍ପତ୍ତି । ବୁଧବାର ହିଁ ବନକଲାଗି କରାଯିବାକୁ କମିଟିରେ ନିଷ୍ପତ୍ତି ନିଆଯାଇଛି । ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସାଧାରଣ ସମୟରେ ମାସକୁ ୨ ଥର ବୁଧବାର ବନକଲାଗି ହୁଏ । ବୁଧବାର ବେଶି ନୀତିକାନ୍ତି ରହିଲେ ଗୁରୁବାର କରାଯାଇପାରିବ ବୋଲି ମଧ୍ୟ କହିଛନ୍ତି ।
Advertisment
ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ଅନୁସାରେ ଗୁରୁବାର ହୋଇପାରିବ । ଯଦି ଗୁରୁବାର ହୁଏ ସେ ନିଷ୍ପତ୍ତି ଶ୍ରୀମନ୍ଦିର ପ୍ରଶାସନ ହିଁ ନେବ । ବହୁ ବାଦ ବିବାଦ ପରେ ଶେଷରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା । ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତ ବିବାଦ କାରଣରୁ ଦିନକୁ ଦିନ ମଳିନ ପଡ଼ିଆସୁଥିବା ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ଆସନ୍ତା ବୁଧବାର ହେବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)