ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀବିଗ୍ରହମାନଙ୍କର ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Puri Srimandir

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଭାଦ୍ରବ- କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ।

ସାନ୍ନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ୧୦୮ କୁମ୍ଭ ଜଳ ସ୍ନାନ ପରେ ଜ୍ୱରରେ ପୀଡିତ ହୋଇଥିଲେ। ଅଣସର ଗୃହରେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କର ମସ୍ତକରୁ ରାହୁରେଖା ଓଲାଗି କରାଯାଇଥିଲା। ସେବେଠାରୁ ଠାରୁ ଆଉ ରାହୁରେଖା ପରିଧାନ କରିନଥିଲେ।

ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁବର୍ଣ୍ଣର ରାହୁରେଖା ଲାଗି କରାଯିବ। ଏଣୁ ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଅପରାହ୍ନ ୩ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।