/odishatv-khabar/media/post_attachments/uploadimage/library/16_9/16_9_0/IMAGE_1694496943.jpg)
puri krushna balarama besha of lord jagannath balabhadra held
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ ହେବ । ଭାଦ୍ରବ କୃଷ୍ଣ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭା ପାଏ । ପ୍ରାୟ ୪ ଫୁଟ୍ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନରେ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ ।
ଅସୁରର ସ୍କନ୍ଧ ଓ ଭୁଜରେ ବଳଭଦ୍ର ବସିଥିବା ଭଳି ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ ହେବ ଭାଦ୍ରବ କୃଷ୍ଣ ଦ୍ୱାଦଶୀ ତିଥିରେ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭା ପାଏ ।
ପ୍ରାୟ ୪ ଫୁଟ୍ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନରେ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଓ ଭୁଜରେ ବଳଭଦ୍ର ବସିଥିବା ଭଳି ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବା ଯାଏଁ ରହିଥାଏ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)