Advertisment

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି; ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ପବିତ୍ର ସୁନିଆ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ ।

ଅଦ୍ୟତନ ହୋଇଛି
Shri Jagannath Temple

Shri Jagannath Temple

Advertisment

ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି । ମଧ୍ୟାହ୍ନ ଧୂପ ବଢିବା ପରେ ବାମନ ଜନ୍ମ ନୀତି, ପବିତ୍ରା ଲାଗି ଓ ଇନ୍ଦ୍ରଧ୍ୱଜା ପୂଜା ବିଧି କରାଯିବ । ଏଥିପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Advertisment

ସେହିପରି ଆଜି ପବିତ୍ର ସୁନିଆ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଏଥିପାଇଁ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । 

Puri Srimandir Shri Jagannath Temple
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ