/odishatv-khabar/media/post_attachments/uploadimage/library/16_9/16_9_0/IMAGE_1648964818.jpg)
Jagannath Temple, Puri
ଶ୍ରୀମନ୍ଦିରରେ ଅଭାବନୀୟ ଘଟଣା । ଶ୍ରୀମନ୍ଦିର ରୋଷଘରେ ବ୍ୟାପକ ଭଙ୍ଗାରୁଜା ହୋଇଛି । ଗୋଟିଏ କି ଦୁଇଟି ନୁହେଁ ୮୦ରୁ ଅଧିକ ଚୁଲାକୁ ଭଙ୍ଗାରୁଜା ହୋଇଥିବା ଜଣାପଡ଼ିଛି । ଶ୍ରୀମନ୍ଦିର ରୋଷ ଘରେ ଥିବା କୋଠଭୋଗ, ସାତପୁରି, ପିଠାଗଢ଼ା, ଥାଳିଆଡ଼ ଆଦି ବିଭିନ୍ନ ଚୁଲାକୁ କେହି ଭାଙ୍ଗି ଦେଇଛନ୍ତି । ଯାହାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
Advertisment
ସୂଚନା ଅନୁସାରେ, ପୁରୀ ଶ୍ରୀମନ୍ଦିରର ରୋଷଘରେ ଆଜି ସକାଳେ ପ୍ରାୟ ୮୦ରୁ ଅଧିକ ଚୁଲା ଭଙ୍ଗାରୁଜା ହୋଇଥିବା ଖବର ସାମ୍ନାକୁ ଆସିଛି । ହେଲେ କିଏ ଓ କାହିଁକି ଏଭଳି କରିଛି ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।
ଅନ୍ୟପକ୍ଷେ,ପୁରୀ ଜିଲ୍ଲାପାଳ ଶ୍ରୀମନ୍ଦିରକୁ ଯାଇ ରୋଷଘରେ ଭଙ୍ଗା ଘଟଣାର ନେଇ ଅନୁଧ୍ୟାନ କରିବା ସହ ସ୍ଥିତି ପରଖିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)