• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ରତ୍ନଭଣ୍ଡାର ମରାମତି ସମ୍ପର୍କିତ ମାମଲାରେ ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି । ରତ୍ନଭଣ୍ଡାର ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯିବ । ଶ୍ରୀମନ୍ଦିର ପ୍ରଶାସନକୁ ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ ମାସ ଭିତରେ କମିଟି ଗଠନ ସଂପର୍କରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ରହିଛି । ଏ ନେଇ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଗଣମାଧ୍ୟକୁ ସୂଚନା ଦେଇଛନ୍ତି ।

ପୂର୍ବରୁ ASI ପକ୍ଷରୁ ଦିଆଯାଇଥିବା ସତ୍ୟପାଠରେ ଭିତର ଭଣ୍ଡାରର କାନ୍ଥରେ ଫାଟ ଥିବା, କାନ୍ଥ ଏବଂ ଛାତରୁ ପ୍ଳାଷ୍ଟର ଖସୁଥିବା ଉଲ୍ଲେଖ ରହିଥିଲା । ଚଟାଣ ସନ୍ତସନ୍ତିଆ ଥିବା ମଧ୍ୟ ସତ୍ୟପାଠରେ ଦର୍ଶାଯାଇଥିଲା । ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା ।

୨୦୧୮ରେ ଶେଷ ଥର ପାଇଁ ବାହାର ଭଣ୍ଡାର ଅନୁଧ୍ୟାନ ହୋଇଥିଲା । ସେତେବେଳେ ଛାତରୁ ପାଣି ଗଳୁଥିଲା ଓ ଚଟାଣରେ ପଥର ପଡ଼ିଥିଲା । ଏପରିକି କାନ୍ଥ ଭିତରୁ ଏକ ଫମ୍ଫସା ଶବ୍ଦ ମଧ୍ୟ ଶୁଭୁଥିଲା । ଏବେ ରତ୍ନଭଣ୍ଡାରରକୁ ମରାମତି କରିବାର ଆବଶ୍ୟକତା ରହିଛି । ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାବେଳେ ନିର୍ଦ୍ଦେଶ ଦେଲେ ଯଥାଶୀଘ୍ର ମରାମତି କରାଯିବ ବୋଲି କହିଥିଲେ ASI ଅଧୀକ୍ଷକ ।

ହେଲେ ବର୍ତ୍ତମାନ ଏହି ପ୍ରସଙ୍ଗକୁ ନେଇ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି । ୨ ମାସ ଭିତରେ ଉଚ୍ଚସ୍ତରୀୟ କମିଟି ଗଠନ ସଂପର୍କରେ ନିଷ୍ପତ୍ତି ନେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

  • Reported by:
  • GAUTAM PANDA