ବଢିଲା ନିର୍ମାଣ ଶ୍ରମିକଙ୍କ ପେନସନ । ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ଶ୍ରମିକ ମାନଙ୍କ ପେନସନ ରାଶିରେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ନୂଆ ନିଷ୍ପତ୍ତି ଅନୁସାରେ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକ ମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧ ହଜାର ଟଙ୍କା ମାସିକ ପେନସନ ପାଇବେ ।
ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକ ୭୦୦ ଟଙ୍କା ପରିବର୍ତ୍ତେ ୧୨ଶହ ଟଙ୍କା ପାଇବେ ।ଏହି ନୂଆ ପେନସନ ୨୦୨୪ ଫେବୃଆରୀ ମାସରୁ ପିଛିଲା ଭାବେ ଲାଗୁ ହେବ। ଏ ବାବଦ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବେ ।
Also Read
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକଙ୍କ ପେନ୍ସନ ରାଶିରେ ବୃଦ୍ଧି କରାଯାଇଛି ।
ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍ସନ ଯୋଜନାରେ ଉପକୃତ ହେଉଛନ୍ତି । ଏହି ପେନ୍ସନ ୨୦୨୪ ଫେବୃଆରୀ ମାସରୁ ପିଛିଲା ଭାବେ ଲାଗୁ ହେବ । ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ ।