Advertisment

ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ ଲାଗିବ କଟକଣା

ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ କଟକଣା ଲାଗିବ। ଔଷଧ କାରବାର ଉପରେ ସ୍ୱଚ୍ଛତା ଆଣିବାକୁ ସଂଘ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Restrictions On Buy Of Medicines

Restrictions On Buy Of Medicines

Advertisment

କଟକରେ ନକଲି ଔଷଧ କାରବାର ଘଟଣା ସାମ୍ନାକୁ ଆସିଲା ପରେ ଓଡିଶା କେମିଷ୍ଟ ଆଣ୍ଡ୍‌ ଡ୍ରଗିଷ୍ଟ ଆସୋସିଏସନ୍ କଠୋର ହୋଇଛି। ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ କଟକଣା ଲାଗିବ।

Advertisment

ସି ଆଣ୍ଡ୍‌ ଏଫ ଏବଂ ସୁପର ଷ୍ଟକିଷ୍ଟ ବିନା ବାହାର ରାଜ୍ୟରୁ ଯେକୌଣସି ଫାର୍ମରୁ ଯେକେହି ଔଷଧ କିଣିଲେ, ସେମାନଙ୍କୁ ସଂଘ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛି। ଔଷଧ କାରବାର ଉପରେ ସ୍ୱଚ୍ଛତା ଆଣିବାକୁ ସଂଘ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

ନକଲି ଔଷଧ କାରବାର ନେଇ ଉଭୟ ପୋଲିସ ଏବଂ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ରାଜ୍ୟ ବାହାରକୁ ଯାଇ ତଦନ୍ତ କରିଥିଲେ। ସୂଚନାଥାଉ କି, କିଛିଦିନ ପୂର୍ବେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଜବତ ହୋଇଥିଲା। ସହରର ୩ଟି ଫାର୍ମରେ ଚଢ଼ାଉ କରି ଡ୍ରଗ୍ସ କଣ୍ଟ୍ରୋଲର ଟିମ୍ ୨୨ ଲକ୍ଷ ଟଙ୍କାର ନକଲି ଔଷଧ ଜବତ କରିଥିଲା। ନିମଚଉଡ଼ି ସ୍ଥିତ କ୍ୟାଲ ଏଜେନ୍ସି ଓ ନୟାସଡ଼କର ମହାବୀର ପ୍ରସାଦ ରାଧେଶ୍ୟାମ ଓ ଏମ୍ ଏଚ୍  ଫାର୍ମାସି ଭଳି ୩ଟି ଫାର୍ମରୁ ଟେଲ୍‌ମା-୪୦ ବ୍ରାଣ୍ଡ୍‌ର ଏହି ନକଲି ଔଷଧ ଜବତ ହୋଇଥିଲା। 

Advertisment
Duplicate Medicine
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ