/odishatv-khabar/media/post_attachments/uploadimage/library/16_9/16_9_0/IMAGE_1691053314.jpg)
Unit 2 Market Building
ଖୋଲିଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂ । ହେଲେ ଖୋଲିଲାନି ଶୋ’ ରୁମ୍ । ମାର୍କେଟ ବିଲ୍ଡିଂର କେବଳ ରିଟେଲ୍ ଦୋକାନ ଗୁଡ଼ିକ ଖୋଲାଯାଇଛି । ମାତ୍ର ମାର୍କେଟ ବିଲ୍ଡିଂ ଭିତରେ ଥିବା ପ୍ରମୁଖ ଶୋ’ ରୁମ୍ ଗୁଡ଼ିକ ଖୋଲାଯାଇନାହିଁ ।
ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ସଂଘ- BMC ଆଲୋଚନା ଜାରି ରହିଛି । କ’ଣ ପାଇଁ ଶୋ’ ରୁମ୍ ବନ୍ଦ ରହିଛି ସେନେଇ ସଂଘ ସ୍ପଷ୍ଟ କରିନାହିଁ । ଏନେଇ ବିଏମ୍ସି ପକ୍ଷରୁ ମଧ୍ୟ ଏପର୍ଯ୍ୟନ୍ତ କୌଣସି ଲିଖିତ ପ୍ରତିଶ୍ରୁତି ମିଳି ନଥିବା ସୂଚନା ମିଳିଛି ।
ଜୁଲାଇ ୧୭ ତାରିଖରୁ ବନ୍ଦ ରହିଛି ମାର୍କେଟ୍ ବିଲ୍ଡିଂ । ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂରୁ ଉଠା ଦୋକାନୀ ଉଚ୍ଛେଦ ଦାବିକୁ ନେଇ ତେଜିଛି ଅସନ୍ତୋଷ । ବିଏମସି ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନଥିବାରୁ ଏହାର ପ୍ରତିବାଦରେ ବନ୍ଦ ଡାକରା ଦିଆଯାଇଥିଲା । ମାର୍କେଟ ବିଲ୍ଡିଂର ସ୍ଥାୟୀ ଓ ଉଠା ଦୋକାନୀଙ୍କ ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗି ରହିଛି ।
ଏହି ପ୍ରସଙ୍ଗକୁ ନେଇ ବାରମ୍ବାର ବିଏମ୍ସି ସହ ଆଲୋଚନା ହୋଇଥିଲେ ମଧ୍ୟ ସେଭଳି ସୁଫଳ ମିଳିପାରିନାହିଁ । ହେଲେ ଆଜିଠୁ ମାର୍କେଟ୍ ବିଲ୍ଡିଂ ଖୋଲିଥିବା ବେଳେ ଶୋ’ ରୁମ୍ ଗୁଡ଼ିକ ଖୋଲାଯାଇନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)