• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ସମ୍ବଲପୁରରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିବାବେଳେ ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ବନ୍ଦ ରହିବ ବୋଲି କୁହାଯାଇଛି । ସେପଟେ ସମ୍ବଲପୁର ସହରରେ ସ୍ଥିତି ସୁଧାର ଆସୁଥିବାରୁ କର୍ଫ୍ୟୁକୁ କୋହଳ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ କର୍ଫ୍ୟୁ କୋହଳ ଅବଧିକୁ ବୃଦ୍ଧି କରାଯାଇଥିବା କହିଛନ୍ତି ସମ୍ବଲପୁର ଜିଲ୍ଲାପାଳ ।

ଆଜି ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯିବ। ସେହିପରି ଅପରାହ୍ନରେ ସାଢେ ୩ଟାରୁ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁକୁ କୋହଳ କରାଯାଇଛି । ଗତକାଲି ହିଂସାକାଣ୍ଡ ଘଟଣାରେ ଆଉ ୬ଜଣ ଗିରଫ ହୋଇଛନ୍ତି । ୧୨ ତାରିଖରେ ପଥର ମାଡ଼ ପାଇଁ ୩ ଗିରଫ ହୋଇଥିବା ବେଳେ ୧୪ ତାରିଖରେ ଦୋକାନ ଭଙ୍ଗାରୁଜା ପାଇଁ ଆଉ ୩ ଗିରଫ ହୋଇଛନ୍ତି ।

ଏହି ୬ ଗିରଫଙ୍କୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି । ସେପଟେ ସମ୍ବଲପୁରରେ ଗତକାଲି ବି ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି । ସମ୍ବଲପୁର ହିଂସାର ଷଡ଼ଯନ୍ତ୍ରକାରୀଙ୍କୁ ଛଡ଼ାଯିବ ନାହିଁ ଏବଂ ଯେତେ ଶୀଘ୍ର ସମ୍ଭବ ପ୍ରମାଣ ସଂଗ୍ରହ କରି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଡିଜିପି ।

ସମ୍ବଲପୁର ହିଂସାକାଣ୍ଡକୁ ୬ ଦିନ ହୋଇଥିବା ବେଳେ ଆଜିକୁ ୪ ଦିନ ଧରି ସହରରେ କର୍ଫ୍ୟୁ ଲଗାଯାଇଥିବାରୁ ଗୃହବନ୍ଦୀ ଅବସ୍ଥାରେ ରହିଛନ୍ତି ଲୋକେ ।

  • Reported by:
  • SANJAY JENA