Advertisment

ସମ୍ବଲପୁରରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ବନ୍ଦ ରହିବ ।

ଅଦ୍ୟତନ ହୋଇଛି
Sambalpur Violence

Sambalpur violence

Advertisment

ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିଲେ ସୁଦ୍ଧା ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ ରହିବ । ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ସୋସିଆଲ ମିଡିଆ ଅପବ୍ୟବହାର ଆଶଙ୍କାରେ କଟକଣା ବୃଦ୍ଧି କରାଯାଇଛି ।

Advertisment

ସେପଟା ହିଂସା (Sambalpur Violence) ଘଟଣାରେ ଗିରଫଦାରୀ ସଂଖ୍ୟା ଆଉ ୬କୁ ବୃଦ୍ଧି ପାଇଛି । ୧୨ ତାରିଖ ପଥରମାଡ଼ ପାଇଁ ୩ ଗିରଫ ହୋଇଥିବାବେଳେ ୧୪ରେ ଦୋକାନ ଭଙ୍ଗାରୁଜା ପାଇଁ ଆଉ ୩ ଗିରଫ ହୋଇଛନ୍ତି । ଏହି ୬ ଗିରଫଙ୍କୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି। ହିଂସାକାଣ୍ଡ ସମୟର ସିସିଟିଭି ଫୁଟେଜକୁ ନେଇ ଛାନଭିନ ଚଳାଇଛି ସମ୍ବଲପୁର ପୋଲିସ ।

Advertisment

ଅନ୍ୟପଟେ ସମ୍ବଲପୁର ରେ ଆଜିଠୁ କର୍ଫ୍ୟୁ କୋହଳ ହୋଇଛି। ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିବା ଦେଖି ଲାଗୁ ହୋଇଥିବା କର୍ଫ୍ୟୁକୁ ପୁଣି କୋହଳ କରିଛି ଜିଲ୍ଲା ପ୍ରଶାସନ । ସକାଳେ ଏବଂ ଅପରାହ୍ନରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ପୂର୍ବରୁ ଯେଉଁ ୨ ଘଣ୍ଟିଆ କୋହଳ କରାଯାଇଥିଲା, ତାର ସମୟ ଅବଧିକୁ ଆହୁରି ବଢ଼ାଇ ଦିଆଯାଇଛି ।

Advertisment

ସକାଳ ସାଢ଼େ ୭ରୁ ସାଢ଼େ ୧୧ ଏବଂ ଅପରାହ୍ନରେ ସାଢ଼େ ୩ଟାରୁ ସଂଧ୍ୟା ୬ଟା ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି। ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।..

Violence Curfew
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ