• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ୍ ତାଳପତ୍ରଙ୍କ ନାଁ ସୁପାରିସ୍ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ତାଳପତ୍ର । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଥିବା ଏସ୍. ମୁରଲୀଧର ଆସନ୍ତା ମାସରେ ଅବସର ନେବେ ।

ତ୍ରିପୁରା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ ଶୁଭା‌ଶିଷ ତାଳପତ୍ରଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ୨୦୨୨ ମସିହାରେ ସୁପାରିସ କରାଯାଇଥିଲା । ଏହାପରେ ସେ ଜୁନ ୧୦ ତାରିଖରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସେ ଶପଥ ନେଇଥିଲେ । ସେବେଠୁ ସେ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାମ କରୁଥିବା ବେଳେ ଆସନ୍ତା ମାସ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ।

୧୯୬୧, ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଜନ୍ମ । କଲିକତା ବିଶ୍ୱବିଦ୍ୟାଳୟରୁ ସେ ଆଇନ୍‌ରେ ସ୍ନାତକ କରିଛନ୍ତି । ୨୦୧୧, ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ ।

୨୦୧୩ ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।