Security Tight For Christmas
ବଡ଼ଦିନ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି। ସବୁ ଚର୍ଚ୍ଚ ଆଗରେ ପୋଲିସ୍ ମୁତୟନ କରାଯିବ। ଭିଡ଼କୁ ଦେଖି ଟ୍ରାଫିକ ବ୍ୟବସ୍ଥା ଉପରେ ନଜର ଦିଆଯିବ ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବଡ଼ଦିନ ଏବଂ ନୂଆବର୍ଷ ପାଇଁ ପୋଲିସ ବ୍ୟାପକ ପ୍ରସ୍ତୁତି କରିଛି। ବଡ଼ଦିନ ପାଇଁ ସବୁ ଚର୍ଚ୍ଚ ଆଗରେ ପୋଲିସ ମୁତୟନ କରାଯିବ।
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ପାଇଁ ପୋଲିସ କଡ଼ାକଡ଼ି ଚେକିଂ କରିବ । ସବୁ ଥାନାକୁ ବ୍ରେଥ୍ ଆନାଲାଇଜର ଦିଆଯାଇଛି। ସେହିପରି ଆସନ୍ତା ୨୬ ତାରିଖରେ ଜିରୋ ନାଇଟ ସେଲିବ୍ରେସନ କରୁଥିବା ହୋଟେଲ ଏବଂ କ୍ଲବ ସହ ଏକ ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1703421846.jpg)