Advertisment

ରଥଯାତ୍ରାରେ ଦୁଃଖଦ ଘଟଣା: ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡ଼କ ଦୁର୍ଘଟଣାରେ ପରଲୋକ ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Senior Photo Journalist Ashok Panda Passes Away

Senior Photo Journalist Ashok Panda Passes Away

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ସଡ଼କ ଦୁର୍ଘଟଣାରେ ପରଲୋକ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି। ରଥଯାତ୍ରାର ଫଟୋ ସଂଗ୍ରହ ପାଇଁ ପୁରୀ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। 

Advertisment

ବାଇକ୍‌ରେ ପୁରୀ ଯାଉଥିବା ବେଳେ ଅଜଣା ଗାଡ଼ି ସହ ଅଶୋକଙ୍କ ଗାଡ଼ି ଧକ୍କା ହୋଇଥିଲା। ସାତଶଙ୍ଖ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

ଦୈନିକ ଖବରକାଗଜ ‘ସମୟ’ ସହ ସାମ୍ବାଦିକ ଅଶୋକ ପଣ୍ଡା ଦୀର୍ଘ ଦିନ ଧରି ଜଡ଼ିତ ଥିଲେ। ହଠାତ୍‌ ଅଶୋକ ପଣ୍ଡାଙ୍କ ଦେହାନ୍ତ ନେଇ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳି ଯାଇଛି। 

Advertisment
Photo Journalist Journalist Ashok Panda Death
Advertisment
Advertisment