• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବିବାହର ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ଏହାକୁ ଦୁଷ୍କର୍ମ ବୋଲି ବିବେଚନା କରାଯିବ ନାହିଁ । ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ମହିଳା ମାନେ ସ୍ୱଇଚ୍ଛାରେ ସମ୍ପର୍କ ରଖିଥିବା କ୍ଷେତ୍ରରେ ଦୁଷ୍କର୍ମ ଆଇନ ବ୍ୟବହାର ଅନୁଚିତ ବୋଲି କୋର୍ଟ କହିଛନ୍ତି ।

ତେବେ ଉଦବେଗଜନକ ପ୍ରସଙ୍ଗ ହେଉଛି ବହୁ ଅଭିଯୋଗକାରୀ ସାମାଜିକ ଅନଗ୍ରସର, ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଓ ଗ୍ରାମାଞ୍ଚଳର । ତେବେ ଦୁଷ୍କର୍ମ ସମ୍ପର୍କିତ ଆଇନ ଅଧିକାଂଶ କ୍ଷେତ୍ରରେ ପୀଡିତାଙ୍କ ଦୁର୍ଦ୍ଦଶାକୁ ଏଡାଇବାରେ ସଫଳ ହୋଇପାରୁ ନାହିଁ । ଆଇପିସିର ଧାରା ୩୭୫ ଅନୁସାରେ ପୀଡିତାଙ୍କ ସହିତ ଘଟିଥିବା ନିର୍ଦ୍ଦିଷ୍ଟ ଯୌନ ନିର୍ଯାତନାକୁ ଦୁଷ୍କର୍ମ ଅପରାଧ ପରିସର ଭୁକ୍ତ କରାଯାଇଛି । କିନ୍ତୁ ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ରଖିବା ଘଟଣା ଏହାର ଅନ୍ତର୍ଭୁକ୍ତ ନୁହେଁ ବୋଲି କହିଛନ୍ତି ବିଚାରପତି ଜଷ୍ଟିସ ସଞ୍ଜୀବ ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ।

ଏକ ଦୁଷ୍କର୍ମ ମାମଲାରେ ଜାମିନ ଆବେଦନର ଶୁଣାଣି ବେଳେ ଏହି ରାୟର ଶୁଣାଣି ହୋଇଛି । ଏହା ସହ ଆବେଦନକାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପାଇଁ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜାମିନରେ ଯିବା ପରେ ଅଭିଯୁକ୍ତ ତଦନ୍ତରେ ସହଯୋଗ କରିବେ ଓ ପୀଡିତାଙ୍କୁ ଧମକ ଦେବେ ନାହିଁ ବୋଲି ସର୍ତ୍ତ ରଖିଛନ୍ତି ।

ହାଇକୋର୍ଟ ସୂଚନା ଅନୁଯାୟୀ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅଭିଯୁକ୍ତ ଜଣକ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲା । କିଛିଦିନ ପରେ ସେ ଯୁବତୀଙ୍କୁ ଛାଡି ପଳାଇଥିଲା । ଏନେଇ ନିମାପଡା ଥାନାରେ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ଯୁବକଙ୍କ ଗିରଫ କରି କୋର୍ଟ ଚାଲାଣ କରିଥିଲା । ନିମ୍ନ ଅଦାଲତରେ ଜାମିନ ଖାରଜ ପରେ ଅଭିଯୁକ୍ତ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ...।