• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଅନୁଭବଙ୍କ ଘରେ ରହିବେ ବର୍ଷା । ଅନୁଭବ ଓ ବର୍ଷା ପାରିବାରିକ ବିବାଦରେ ଅନୁଭବଙ୍କୁ ଲାଗିଲା ଝଟ୍‌କା । ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ କୋର୍ଟ ଲଗାଇଲେ ରୋକ୍ । SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଲେ କଟକ ଜିଲ୍ଲା ଜଜ୍ । ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବାକୁ SDJM ଦେଇଥିଲେ ନିର୍ଦ୍ଦେଶ । ଘରଭଡ଼ା ବାବଦରେ ଅନୁଭବ ମାସିକ ୩୦ ହଜାର ଦେବାକୁ ନିର୍ଦ୍ଦେଶ ଥିଲା । ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି ।

ସାଂସଦ ଅନୁଭବ ମହାନ୍ତି-ବର୍ଷା ପ୍ରିୟଦର୍ଶନୀ ପାରିବାରିକ ବିବାଦ ମାମଲାରେ ଗତ ୨ ତାରିଖରେ ଅନୁଭବଙ୍କ ପିଟିସନକୁ ଗ୍ରହଣ କରିଥିଲେ SDJM କୋର୍ଟ । ଆଉ ଅନୁଭବଙ୍କ ପୈତୃକ ଘର ଛାଡ଼ିବାକୁ ବର୍ଷାଙ୍କୁ କୋର୍ଟ ଦେଇଥିଲେ ନିର୍ଦ୍ଦେଶ । ବର୍ଷାଙ୍କ ରହଣି ବ୍ୟବସ୍ଥା ପାଇଁ ଅନୁଭବ ମାସିକ ୩୦ ହଜାର ଟଙ୍କା ଦେବାକୁ ମଧ୍ୟ କୋର୍ଟଙ୍କ ନିର୍ଦେଶ ରହିଥିଲା । ଏମିତିକି ପ୍ରତି ମାସ ୧୦ ତାରିଖ କିମ୍ବା ତା ପୂର୍ବରୁ ବର୍ଷାଙ୍କୁ ୩୦ ହଜାର ଟଙ୍କା ପ୍ରଦାନ କରିବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।

ପ୍ରଥମ ଟଙ୍କା ପାଇବାର ୨ ମାସ ମଧ୍ୟରେ ଘର ଛାଡ଼ିବାକୁ ବର୍ଷାଙ୍କୁ କୁହାଯାଇଥିଲା । ପୈତୃକ ଘର ଛାଡ଼ିବାକୁ କୋର୍ଟରେ ଆବେଦନ କରିଥିଲେ ଅନୁଭବ । ବାପା, ମା ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ସେ ଏହି ଆବେଦନ କରିଥିଲେ ।

ଏହାପରେ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପତ୍ନୀ ବର୍ଷାଙ୍କୁ ୩୦ ହଜାର ଟଙ୍କା ଦେଇଥିଲେ ସାଂସଦ ଅନୁଭବ ମହାନ୍ତି । ବିକଳ୍ପ ରହଣି ପାଇଁ ବର୍ଷାଙ୍କ ଆକାଉଣ୍ଟରେ ଟଙ୍କା ଡିପୋଜିଟ କରିଥିଲେ ଅନୁଭବ । ଟଙ୍କା ଡିପୋଜିଟ ନେଇ ଅନୁଭବ କୋର୍ଟଙ୍କୁ ମଧ୍ୟ ଜଣାଇଲେ ।