Advertisment

Breastfeeding Support: ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମହିଳା ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି l ସେମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି l

author-image
Debadatta Aryashrestha
Shri Jagannath Temple

Shri Jagannath Temple

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ । ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁଙ୍କ ପାଇଁ ବ୍ୟବସ୍ଥା କରାଯିବ । ସ୍ବତନ୍ତ୍ର ଗୃହ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା ମିଳିଛି । ଶ୍ରୀମନ୍ଦିର ପରିସର ଶାଖା କାର୍ଯ୍ୟାଳୟ ନିକଟରେ ଗୃହ ପାଇଁ ନିଷ୍ପତ୍ତି ହୋଇଛି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ବତନ୍ତ୍ର ମହିଳା ସହାୟିକା ରହିବେ । ତୁରନ୍ତ କାର୍ଯ୍ୟକାରୀ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି । ଦୀର୍ଘ ଦିନ ଧରି ଏ ଦାବି ହୋଇଆସୁଥିବା ବେଳେ ଏବେ ଶ୍ରୀମନ୍ଦିର ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଛି ।

Advertisment

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମହିଳା ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି l ସେମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି l ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର୍ ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ଯ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରିଛନ୍ତି। ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ଯାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି l

ସମ୍ପୃକ୍ତ ଗୃହରେ ଗୋପନୀୟତା ଏବଂ ପରିମଳ ଉପରେ ଦୃଷ୍ଟି ଦିଆଯିବ l ଏହି ଗୃହ ପାଇଁ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ l ଦୀର୍ଘ ଦିନ ଧରି ଏନେଇ ଦାବି ହୋଇ ଆସୁଥିବା ବେଳେ ଭକ୍ତ ଶ୍ରଦ୍ଧାଳୁ, ବିଶେଷ କରି ମହିଳାଙ୍କ ପ୍ରତି ଉତ୍ତରଦାୟିତ୍ବ ନିର୍ବାହ ପାଇଁ ଏହି ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏଥିପାଇଁ ସ୍ଵତନ୍ତ୍ର ମାର୍ଗଦର୍ଶିକା ପ୍ରସ୍ତୁତ ହେବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ।

Advertisment
Odisha News SJTA Breastfeeding Infants Infant Care Shri Jagannath Temple
Advertisment
Related Articles
Advertisment