/odishatv-khabar/media/post_attachments/uploadimage/library/16_9/16_9_0/IMAGE_1636955067.jpg)
Simlipal National Park
ବାରିପଦା: ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଓ କୁହୁଡ଼ି ଯୋଗୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ଘୋଷଣା କରାଯାଇଛି। ଏ ନେଇ ଶିମିଳିପାଳ ଜାତୀୟ ଉଦ୍ୟାନ ଉପନିର୍ଦ୍ଦେଶକ ସାଇକିରଣ ଡିଏନ୍ ଘୋଷଣା କରିଛନ୍ତି।
Advertisment
ସୂଚନାଥାଉ କି, ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ଖୋଲିଥିଲା। ପ୍ରତି ବର୍ଷ ପରି ଏଥର ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍ ଓ ଯଶୀପୁର ପଟରୁ କାଳିଆମି ଗେଟ୍ ଦେଇ ପର୍ଯ୍ୟଟକମାନେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିଥିଲେ।
ସକାଳ ୬ଟାରୁ ୯ଟା ଯାଏ ପର୍ଯ୍ୟଟକମାନେ ନିଜ ଗାଡ଼ି ଓ ନାଁ ଠିକଣା ଗେଟରେ ଦାଖଲ କରୁଥିଲେ। ବୁଲିବା ସମୟରେ ପର୍ଯ୍ୟଟକମାନେ କୋଭିଡ ଗାଇଡ୍ ଲାଇନ ମାନିବାକୁ ବାଧ୍ୟ ବୋଲି କୁହାଯାଇଥିଲା। ଚଳିତ ବର୍ଷ ଶିମିଳିପାଳକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)