Advertisment

ପର୍ଯ୍ୟଟକଙ୍କ ପାଇଁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ

ବର୍ଷା ଓ କୁହୁଡ଼ି ଯୋଗୁ ପର୍ଯ୍ୟଟକଙ୍କ ଲାଗି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ଘୋଷଣା କରାଯାଇଛି।

ଅଦ୍ୟତନ ହୋଇଛି
Simlipal National Park

Simlipal National Park

Advertisment

ବାରିପଦା: ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଓ କୁହୁଡ଼ି ଯୋଗୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ଘୋଷଣା କରାଯାଇଛି। ଏ ନେଇ ଶିମିଳିପାଳ ଜାତୀୟ ଉଦ୍ୟାନ ଉପନିର୍ଦ୍ଦେଶକ ସାଇକିରଣ ଡିଏନ୍‌ ଘୋଷଣା କରିଛନ୍ତି।

Advertisment

ସୂଚନାଥାଉ କି, ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ଖୋଲିଥିଲା। ପ୍ରତି ବର୍ଷ ପରି ଏଥର ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍ ଓ ଯଶୀପୁର ପଟରୁ କାଳିଆମି ଗେଟ୍ ଦେଇ ପର୍ଯ୍ୟଟକମାନେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିଥିଲେ। 

ସକାଳ ୬ଟାରୁ ୯ଟା ଯାଏ ପର୍ଯ୍ୟଟକମାନେ ନିଜ ଗାଡ଼ି ଓ ନାଁ ଠିକଣା ଗେଟରେ ଦାଖଲ କରୁଥିଲେ। ବୁଲିବା ସମୟରେ ପର୍ଯ୍ୟଟକମାନେ କୋଭିଡ ଗାଇଡ୍ ଲାଇନ ମାନିବାକୁ ବାଧ୍ୟ ବୋଲି କୁହାଯାଇଥିଲା। ଚଳିତ ବର୍ଷ ଶିମିଳିପାଳକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇଛି। 

Advertisment
Simlipal Wildlife Sanctuary Simlipal National Park
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ