/odishatv-khabar/media/post_attachments/uploadimage/library/16_9/16_9_0/IMAGE_1685863620.jpg)
Snana Purnima In Puri
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଭିଡ଼ ଭିତରେ କାଳିଆ ସାଆନ୍ତର ଟିକିଏ ଦର୍ଶନ ପାଇଁ ଭକ୍ତ କାହିଁ କେତେଦୂରରୁ ଧାଇଁ ଆସିଛନ୍ତି ଭକ୍ତ। ହେଲେ ଏସବୁ ଭିତରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି।
Advertisment
ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ମୃତ ଭକ୍ତଙ୍କ ଘର ରାଜସ୍ଥାନରେ ବୋଲି ଜଣାପଡ଼ିଛି। ଶ୍ରୀମନ୍ଦିର ଭିତରେ ଦର୍ଶନ ବେଳେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ପୁରୀ ବଡ଼ ଡାକ୍ତରଖାନା ନିଆ ଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)