Advertisment

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସାମ୍ନାରେ ଚାଲିଗଲା ପ୍ରାଣ

ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଶ୍ରୀମନ୍ଦିର ଭିତରେ ଦର୍ଶନ ବେଳେ ସେ ଅସୁସ୍ଥ ହୋଇପଡ଼ିଥିଲେ।

ଅଦ୍ୟତନ ହୋଇଛି
Snana Purnima In Puri

Snana Purnima In Puri

Advertisment

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଭିଡ଼ ଭିତରେ କାଳିଆ ସାଆନ୍ତର ଟିକିଏ ଦର୍ଶନ ପାଇଁ ଭକ୍ତ କାହିଁ କେତେଦୂରରୁ ଧାଇଁ ଆସିଛନ୍ତି ଭକ୍ତ। ହେଲେ ଏସବୁ ଭିତରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି।

Advertisment

ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ମୃତ ଭକ୍ତଙ୍କ ଘର ରାଜସ୍ଥାନରେ ବୋଲି ଜଣାପଡ଼ିଛି। ଶ୍ରୀମନ୍ଦିର ଭିତରେ ଦର୍ଶନ ବେଳେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ପୁରୀ ବଡ଼ ଡାକ୍ତରଖାନା ନିଆ ଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ