• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି । ଅଙ୍କୁର ପୂଜନ ପରେ ଚାଲିଛି ଯଜ୍ଞ ଅଧିବାସ । ଆଜିଠାରୁ ଆରମ୍ଭ ହେବ ମହାଯଜ୍ଞ । ଶ୍ରୀମନ୍ଦିର ଚାରିଦ୍ୱାରର ରୁଗ୍, ସାମ ଯଦୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହେବ ।

ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନୀରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବ । ସେପଟେ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଗଲାଣି ଶ୍ରଦ୍ଧାଳୁଙ୍କ ଗହଳି । ଦେଶର କୋଣ ଅନୁକୋଣରୁ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସହରର ୩ ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି ।

ଅଧିକ ପଢ଼ନ୍ତୁ: ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟସୂଚୀ ଚୂଡ଼ାନ୍ତ, ପ୍ରଥମେ ଗୁଆଟେକା, ପରେ ଅଙ୍କୁରରୋପଣ

୪୪ ପ୍ଳାଟୁନ ଫୋର୍ସ ଓ ସିସିଟିଭି ସର୍ଭେଲାନ୍ସରେ ପୁରା ସହର ଉପରେ ରହିବ ନଜର । ସେପଟେ ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିବ ।

  • Reported by:
  • MADHUSUDAN MISHRA