ଜାନୁଆରୀ ୧୭ରେ ପ୍ରତିଷ୍ଠା ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ ।

Srimandira Heritage Corridor

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ପ୍ରତିଷ୍ଠା। ଏନେଇ ସୂଚନା ଦେଇଛନ୍ତି ଗଜପତି ମହାରାଜା। ଆଜି ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିବା ପରେ ଏହି ସୂଚନା ଦେଇଛନ୍ତି ଗଜପତି ମହାରାଜା।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । କାମ କେତେ ଦୂର ଆଗେଇଛି, କାମ କେତେ ସରିଛି ଓ କେତେ ବାକି ଅଛି ତା’ର ସମୀକ୍ଷା କରିଥିଲେ ଗଜପତି ମହାରାଜା । ଆଜି ସ୍ଥିତି ସମୀକ୍ଷା ବେଳେ ଗଜପତି ମହାରାଜାଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ ।