Advertisment

ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି: STA

ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସବୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।

undefined

STA Guidelines for School Bus

Advertisment

ଆସନ୍ତା ୨୦ ତାରିଖରୁ ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନ କଡ଼ାକଡ଼ି ହେବ। ୨୦ରୁ ୨୭ ତାରିଖ ଯାଏଁ ହେବାକୁ ଥିବା ଏହି ସ୍ପେଶାଲ ଡ୍ରାଇଭରେ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ସବୁ ପ୍ରକାର ଗାଡ଼ିର ଫିଟେନସ୍, ପରମିଟ, ଇନସୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ ଆଦି ଯାଞ୍ଚ କରାଯିବ।

Advertisment

ସେହିଭଳି ଗାଡ଼ିର ନିର୍ଦ୍ଦିଷ୍ଟ ସଂଖ୍ୟାଠୁ ଅଧିକ ସଂଖ୍ୟାରେ ପିଲା ପରିବହନ କରୁଥିଲେ ଏବଂ ଚାଳକଙ୍କ ଲାଇସେନ୍ ମଧ୍ୟ ଯାଞ୍ଚ୍ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସବୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।

ସ୍କୁଲ ପିଲାଙ୍କ ସୁରକ୍ଷିତ ପରିବହନ ଲାଗି ଏଭଳି ପଦକ୍ଷେପ ନିଆଯାଉଥିବା ଏସଟିଏ ସୂଚନା ଦେଇଛି। ଏହି ସପ୍ତାହବ୍ୟାପୀ ଯାଞ୍ଚ୍ ପରେ ୨୮ ତାରିଖରେ ରିପୋର୍ଟ ଦେବାକୁ ଆଞ୍ଚଳିକ ପରିବନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
STA Guidelines
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ