Students Booked For Submitting Forged Disability Certificates
ବିଜେବି କଲେଜରେ ଜାଲ୍ ଦିବ୍ୟାଙ୍ଗ ସାର୍ଟିଫିକେଟ ଜରିଆରେ ଆଡମିଶନ୍ ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ରଖିଛନ୍ତି। ଜାଲ୍ ସାର୍ଟିଫିକେଟ ଦେଇ ଯଦି କେହି ଆଡମିଶନ କରିଛନ୍ତି, ତା’ହେଲେ ଆଇନ ଅନୁଯାୟୀ, ଦଣ୍ଡିତ ହେବେ ବୋଲି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଆଉ ଯଦି କେଉଁଠି ମଧ୍ୟ ଏପରି ହୋଇଥାଏ, ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତୁରନ୍ତ ତର୍ଜମା କରି ଯାହା ପଦକ୍ଷେପ କଥା ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
୩ ବର୍ଷର ତଥ୍ୟ ଯାଞ୍ଚ କରିବା ପରେ ବିଜେବି କଲେଜରେ ୮ଜଣ ଛାତ୍ରଛାତ୍ରୀ ଜାଲ୍ ସାର୍ଟିଫିକେଟ ଦେଇ ଆଡମିଶନ୍ କରିଥିବା କର୍ତ୍ତୃପକ୍ଷ ଜାଣିବାକୁ ପାଇଥିଲେ। ବିଜେବି ସ୍ୱୟଂଶାସିତ କଲେଜର ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ଏନେଇ ବଡ଼ଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ୍ ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ସମ୍ପୃକ୍ତ ଛାତ୍ରଛାତ୍ରୀମାନେ ଏହି ସାର୍ଟିଫିକେଟ୍ କେମିତି ହାତେଇଲେ ? କିଏ ଏହି ସାର୍ଟିଫିକେଟ ଯୋଗାଇଛି ଓ କଲେଜର ଆଉ କିଛି ଛାତ୍ରଛାତ୍ରୀ ଏହି ଘଟଣାରେ ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ତଦନ୍ତ ହେବ ବୋଲି ବିଜେବି କଲେଜ ଅଧ୍ୟକ୍ଷ କହିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1649235623.jpg)