Advertisment

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଶୁଣାଣି- ଆଉ ହେବନି ହାଇକୋର୍ଟ ବେଞ୍ଚ୍‌

ସମ୍ବଲପୁର ଓକିଲ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟରେ ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ପ୍ରକାଶ କରିଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Supreme Court On Lawyers Strike

Supreme Court Big Decision On Establishment Of Orissa High Court Bench

ସମ୍ବଲପୁର ଓକିଲ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟରେ ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ପ୍ରକାଶ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ପୋଲିସ ଡିଜି ସୁନୀଲ ବଂଶଲ ଓ ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର ହାଜର ହୋଇଥିଲେ। ଉଭୟଙ୍କୁ ଆଜି ହାଜର ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ କରିଥିଲେ। ଭଙ୍ଗାରୁଜା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇ କୋର୍ଟଙ୍କୁ ଆଇଜି ଅବଗତ କରିଥିଲେ। 

Advertisment

ମାମଲାର ଶୁଣାଣି ବେଳେ ହାଇକୋର୍ଟ ବେଞ୍ଚ୍‌ ସ୍ଥାପନ ହୋଇପାରିବନି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏହାସହ ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ୱେ ଭଙ୍ଗାରୁଜାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ୧୫ ପ୍ଲାଟୁନ ଫୋର୍ସ ଥିବା ସତ୍ତ୍ୱେ ଏଭଳି କାହିଁକି ଘଟିଲା ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। 

ଅଧିକ ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପୁଣି ଫୁ: କୁରୁକ୍ଷେତ୍ର ପାଲଟିଲା ସମ୍ବଲପୁର କଚେରୀ ଛକ

Advertisment

ତୁମେ ଏଭଳି ନିୟନ୍ତ୍ରଣ କରୁଛ କି ବୋଲି ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ତୁମେ ଯଦି ପାରୁନ, ତେବେ ଆମେ ପାରାମିଲିଟାରୀ ଫୋର୍ସ ନେବୁ। ଏହା ପୋଲିସର ଚରମ ବିଫଳତା ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆଇନ ଶୃଙ୍ଖଳା ରକ୍ଷା କରିବା ପୋଲିସ ଦାୟିତ୍ୱ। ତେଣୁ ଶାନ୍ତି ଶୃଙ୍ଖଳାର ସହ କୋର୍ଟ କାର୍ଯ୍ୟ ଚାଲିବା ଜରୁରୀ ବୋଲି ସୁପ୍ରିମକୋର୍ଟ କହିଛନ୍ତି। 

ଅନ୍ୟପକ୍ଷେ, ଗିରଫଦାରୀ ଓ ଲାଇସେନ୍ସ ସସ୍‌ପେଣ୍ଡ୍‌ ପରେ ନଇଁଲା ପଶ୍ଚିମ ଓଡିଶା ଓକିଲ ସଂଘ କ୍ରିୟାନୁଷ୍ଠାନ କମିଟି। ହାଇକୋର୍ଟ ସ୍ଥାୟୀ ବେଞ୍ଚ୍‌ ଦାବିରେ ଚାଲିଥିବା ଆନ୍ଦୋଳନକୁ ସ୍ଥଗିତ ରଖିବାକୁ କମିଟି ନିଷ୍ପତ୍ତି ନେଇଛି। 

Supreme Court Lawyers
Advertisment
Advertisment