• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ସୁପ୍ରିମକୋର୍ଟଙ୍କ ସୁପ୍ରିମ୍‌ ନିର୍ଦ୍ଦେଶ, ଓକିଲଙ୍କ ଝଟକା । ଓକିଲଙ୍କ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ପ୍ରଥମେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ପରେ ବାର କାଉନସିଲ ଅଫ୍ ଇଣ୍ଡିଆ ଓ ରାଜ୍ୟ ଆଇନଜୀବୀ ପରିଷଦର ଚେତାବନୀ ପରେ ବି ଦେଇଥିଲେ ସୁଦ୍ଧା ନଛୋଡ଼ବନ୍ଦା ଥିଲେ ଆନ୍ଦୋଳନରତ ଓକିଲ । ଏବେ ରାଜ୍ୟରେ ଚାଲିଥିବା ଓକିଲ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି ।

ଆନ୍ଦୋଳନ କରୁଥିବା ଓକିଲଙ୍କ ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ନ୍ୟାୟିକ ଅଧିକାରୀଙ୍କୁ ସୁରକ୍ଷା ଯୋଗାଇବାକୁ ପୋଲିସକୁ ନିର୍ଦ୍ଦେଶ ରହିଛି । ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଅନୁସାରେ ନ୍ୟାୟିକ ଅଧିକାରୀ, ମହକିଲଙ୍କୁ ସୁରକ୍ଷା ଦିଆଯିବ । କୋର୍ଟ ଚଳେଇବା ପାଇଁ ଆବଶ୍ୟକ ହେଲେ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଉ ବୋଲି କୁହାଯାଇଛି ।

ସୂଚନାଯୋଗ୍ୟ ନଭେମ୍ବର ୧୬ ସୁଦ୍ଧା ଓକିଲମାନେ ଆନ୍ଦୋଳନ ପ୍ରତ୍ୟାହାର ନକଲେ ବାର କାଉନ୍ସିଲ ଅଫ ଇଣ୍ଡିଆରୁ ସଂପୃକ୍ତ ଓକିଲଙ୍କ ଲାଇସେନ୍ସ ସସପେଣ୍ଡ କରାଯିବ ବୋଲି କଡ଼ା ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହି ମାମଲାରେ ସୁପ୍ରିମକୋର୍ଟ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ, ବାର୍ କାଉନସିଲ୍ ଅଫ ଓଡ଼ିଶା ଏବଂ ଓଡ଼ିଶାର ସମସ୍ତ ଜିଲ୍ଲାର ବାର୍ ଆସୋସିଏସନ୍କୁ ବ୍ୟକ୍ତିଗତ ଭାବରେ ସୁପ୍ରିମକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ ।