• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି । ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜଷ୍ଟିସ୍ ବି.ଆର୍ ଗଭାଇ ଓ ଜଷ୍ଟିସ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣି କରିବେ । ସୁମନ୍ତ ଘଡ଼େଇ ନାମକ ଜଣେ ବ୍ୟକ୍ତିଙ୍କ ଆବେଦନର ଶୁଣାଣି କରିବେ ଏହି ୨ ଜଣିଆ ଖଣ୍ଡପୀଠ ।

ସୂଚନା ଅନୁସାରେ, ଏହି ଶୁଣାଣି ପାଇଁ ସୁମନ୍ତଙ୍କ ଓକିଲ ମହାଲକ୍ଷ୍ମୀ ପାଭାନୀ ଓ ଅର୍ଦ୍ଧେନ୍ଦୁଙ୍କ ଓକିଲ ନଚିକେତା ଯୋଶୀ ଏଥିପାଇଁ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ । ପରିକ୍ରମା ପ୍ରକଳ୍ପ ନାଁରେ ଚାଲିଥିବା ବେଆଇନ ର୍ନିମାଣ ଓ ଖନନ ଯୋଗୁଁ ଶ୍ରୀମନ୍ଦିର ପ୍ରତି ବିପଦ ଦେଖାଦେଇଛି ବୋଲି ଦୁଇ ଆବେଦନକାରୀ ନିଜ ଆବେଦନରେ ଦର୍ଶାଇଛନ୍ତି । ଏପରିକି ଶ୍ରୀମନ୍ଦିରରେ କେତେକ ସ୍ଥାନରେ ଫାଟ ମଧ୍ୟ ସୃଷ୍ଟି ହୋଇଥିବା ସେ ଦର୍ଶାଇଛନ୍ତି । ନିର୍ମାଣ ଉପରେ ରୋକ ଲଗାଇବା ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବି ତାହା ହୋଇପାରିନଥିଲା ଏଣୁ ଦୁହେଁ ସୁପ୍ରିମକୋର୍ଟଙ୍କ ନିକଟରେ ଆବେଦନ କରିଛନ୍ତି ।

OTV is now on Whatsapp

Join and get latest news update delivered to you via whatsapp

Join Now