/odishatv-khabar/media/post_attachments/uploadimage/library/16_9/16_9_0/IMAGE_1652962461.jpg)
Supreme Court
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ରାୟ ସଂରକ୍ଷିତ । ଜଷ୍ଟିସ୍ ବି.ଆର୍ ଗଭାଇ ଓ ଜଷ୍ଟିସ ହିମା କୋହଲିଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ଆଜି ଏହି ମାମଲାର ଶୁଣାଣି କରି ଉଭୟ ପକ୍ଷର ଯୁକ୍ତି ଶୁଣିଥିଲେ । ଆସନ୍ତାକାଲି ଯାଏଁ ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ । ଶ୍ରୀମନ୍ଦିର ଚତୁର୍ପାର୍ଶ୍ୱରେ ହେଉଥିବା ନିର୍ମାଣକୁ ବିରୋଧ କରି ଅର୍ଦ୍ଧେନ୍ଦୁ ଦାସ ଓ ସୁମନ୍ତ ଘଡ଼େଇଙ୍କ ଦ୍ୱାରା ଦାଖଲ ଅଲଗା ଅଲଗା ଦୁଇଟି ସ୍ୱତନ୍ତ୍ର ଲିଭ୍ ପିଟିସନ୍ ଉପରେ ଏହି ଶୁଣାଣି ହୋଇଥିଲା । ଓଡ଼ିଶା ହାଇକୋର୍ଟଙ୍କ ମେ ୯, ୨୦୨୨ ଆଦେଶ ବିରୋଧରେ ଏହି ଦୁଇ ପିଟିସନ୍ ଦାୟର ହୋଇଛି ।
ସୂଚନା ଅନୁସାରେ, ଏହି ଶୁଣାଣି ପାଇଁ ସୁମନ୍ତଙ୍କ ଓକିଲ ମହାଲକ୍ଷ୍ମୀ ପାଭାନୀ ଓ ଅର୍ଦ୍ଧେନ୍ଦୁଙ୍କ ଓକିଲ ନଚିକେତା ଯୋଶୀ ଏଥିପାଇଁ ଖଣ୍ଡପୀଠଙ୍କୁ ନିବେଦନ କରିଥିଲେ । ପରିକ୍ରମା ପ୍ରକଳ୍ପ ନାଁରେ ଚାଲିଥିବା ବେଆଇନ ର୍ନିମାଣ ଓ ଖନନ ଯୋଗୁଁ ଶ୍ରୀମନ୍ଦିର ପ୍ରତି ବିପଦ ଦେଖାଦେଇଛି ବୋଲି ଦୁଇ ଆବେଦନକାରୀ ନିଜ ଆବେଦନରେ ଦର୍ଶାଇଛନ୍ତି । ଏପରିକି ଶ୍ରୀମନ୍ଦିରରେ କେତେକ ସ୍ଥାନରେ ଫାଟ ମଧ୍ୟ ସୃଷ୍ଟି ହୋଇଥିବା ସେ ଦର୍ଶାଇଛନ୍ତି । ନିର୍ମାଣ ଉପରେ ରୋକ ଲଗାଇବା ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବି ତାହା ହୋଇପାରିନଥିଲା ଏଣୁ ଦୁହେଁ ସୁପ୍ରିମକୋର୍ଟଙ୍କ ନିକଟରେ ଆବେଦନ କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)