/odishatv-khabar/media/post_attachments/uploadimage/library/16_9/16_9_0/s_1687848519.jpg)
Tainted additional sub collector of Nabarangpur Prasanta Rout given compulsory retirement
ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପରେ ସେ ଗିରଫ ହୋଇଥିଲେ।
Advertisment
ସୂଚନାଥାଉ କି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା। ଆୟଠାରୁ ୫୦୦%ରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।
ଭିଜିଲାନ୍ସ ରେଡ୍ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମିଳିଥିଲା । ଭୁବନେଶ୍ୱର କାନନବିହାର ଘରୁ ୨ କୋଟି ୨୫ ଲକ୍ଷ ଟଙ୍କା ମିଳିଥିବାବେଳେ ପଡ଼ୋଶୀ ଘର ଛାତ ଉପରୁ ୬ ପେଟି ଟଙ୍କା ଠାବ କରିଥିଲା ଭିଜିଲାନ୍ସ । ଖାଲି ସେତିକି ନୁହେଁ, ଏହା ସହିତ ନବରଙ୍ଗପୁର ସରକାରୀ ଘରୁ ୭୭ ଲକ୍ଷ ନଗଦ ଟଙ୍କା ମଧ୍ୟ ଜବତ କରାଯାଇଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)