Advertisment

ଚାକିରିରୁ ବିଦା ହେଲେ ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା।

ଅଦ୍ୟତନ ହୋଇଛି
Nabarangpur Additional Sub Collector Prasanta Rout

Tainted additional sub collector of Nabarangpur Prasanta Rout given compulsory retirement

Advertisment

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପରେ ସେ ଗିରଫ ହୋଇଥିଲେ।

Advertisment

ସୂଚନାଥାଉ କି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟି ଟଙ୍କା ସହ ୫ କୋଟିରୁ ଅଧିକ ସମ୍ପତ୍ତି ମିଳିଥିଲା। ଆୟଠାରୁ ୫୦୦%ରୁ ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।

ଭିଜିଲାନ୍ସ ରେଡ୍‌ ବେଳେ ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମିଳିଥିଲା । ଭୁବନେଶ୍ୱର କାନନବିହାର ଘରୁ ୨ କୋଟି ୨୫ ଲକ୍ଷ ଟଙ୍କା ମିଳିଥିବାବେଳେ ପଡ଼ୋଶୀ ଘର ଛାତ ଉପରୁ ୬ ପେଟି ଟଙ୍କା ଠାବ କରିଥିଲା ଭିଜିଲାନ୍ସ । ଖାଲି ସେତିକି ନୁହେଁ, ଏହା ସହିତ ନବରଙ୍ଗପୁର ସରକାରୀ ଘରୁ ୭୭ ଲକ୍ଷ ନଗଦ ଟଙ୍କା ମଧ୍ୟ ଜବତ କରାଯାଇଥିଲା ।

Advertisment
Compulsory Retirement
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ