• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ରାତିରେ ଘୋଷଣା, ଆଉ ସକାଳୁ ଉଚ୍ଛେଦ । ଭୁବନେଶ୍ୱର ଝାରପଡ଼ା ଗଣେଶ ମଣ୍ଡପ ହାଟ ଭଙ୍ଗାକୁ ନେଇ ଉତ୍ତେଜନା ଦେଖାଦେଇଛି । ସକାଳୁ ସକାଳୁ ଉଚ୍ଛେଦକୁ ନେଇ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି । ବିନା ନୋଟିସ୍‌ରେ ଉଚ୍ଛେଦକୁ ବ୍ୟବସାୟୀମାନେ ବିରୋଧ କରିଛନ୍ତି । ଗତକାଲି ରାତି ୯ଟାରେ ସୂଚନା ଦେଇ ସକାଳୁ ଉଚ୍ଛେଦ ହେଉଥିବାରୁ ଏହାକୁ ଜୋରଦାର ବିରୋଧ କରିଛନ୍ତି ବ୍ୟବସାୟୀ । ସ୍ଥାନୀୟ ଅଞ୍ଚଳରେ ବିଜେପି କର୍ପୋରେଟର ଜିତିବାରୁ ଆକ୍ରୋଶରୁ ଏଭଳି କରାଯାଉଥିବା ଅଭିଯୋଗ ହୋଇଛି । ପୋଲିସ ଟିମ୍ ସହ ବିଏମ୍‌ସି ପକ୍ଷରୁ ଉଚ୍ଛେଦ କରାଯାଉଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି ।

 

ଘଟଣା ସଂପର୍କରେ ଖବର ପାଇ ଗତ ପୌର ନିର୍ବାଚନରେ ବିଜେପିର ମେୟର ପ୍ରାର୍ଥୀ ହୋଇଥିବା ଡକ୍ଟର ସୁନୀତି ମୁଣ୍ଡ, ବରିଷ୍ଠ ବିଜେପି ନେତା ବାବୁ ସିଂହ ଓ ଜଗନ୍ନାଥ ପ୍ରଧାନ ପ୍ରମୁଖ ପହଞ୍ଚିଥିଲେ । ସେମାନେ ଏହାକୁ ରାଜନୈତିକ ଆକ୍ରୋଶ ବୋଲି ଅଭିଯୋଗ କରିଛନ୍ତି । ଯେହେତୁ ସେହି ୱାର୍ଡରେ ବିଜେପିର କର୍ପୋରେଟର୍ ପ୍ରାର୍ଥୀ ବିଜୟୀ ହୋଇଛନ୍ତି, ତେଣୁ ବିଜେଡି ଜାଣିଶୁଣି ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦ କରାଉଛି ବୋଲି କହିଛନ୍ତି ।

ଘଟଣାସ୍ଥଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।  ଦୀର୍ଘ ଦିନ ଧରି ବିଏମସି ପକ୍ଷରୁ ଏଠାରେ ଥିବା ଦୋକାନକୁ ଭଙ୍ଗାଯାଉଥିବାକୁ ବି ବିରୋଧ କରାଯାଉଛି ।