Advertisment

ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧବେଶନ

ଡିସେମ୍ବର ୨୫ ଓ ୨୬ ଦୁଇ ଦିନ ଛୁଟି ରହିବ। ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟା ଓ ସେକ୍ସ ସ୍କାଣ୍ଡାଲ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟହେବା ଓ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରାଇବ।

author-image
Chandan Shishu
ଅଦ୍ୟତନ ହୋଇଛି
Odisha Assembly

Odisha Assembly

ଭୁବନେଶ୍ୱର: ଡିସେମ୍ବର ୧ରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧବେଶନ। ଡିସେମ୍ବର ୧ରୁ ୩୧ ପର୍ଯ୍ୟନ୍ତ ଶୀତକାଳୀନ ଅଧବେଶନ ଚାଲିବ। ଅଧିବେଶନରେ ୨୬ଟି କାର୍ଯ୍ୟଦିବସ ରହିବ। ଏଥିସହ ୫ଟି ଛୁଟି ଦିବସ ରହିବ। ଶୀତ ଅଧିବେଶନର ପ୍ରଥମ ଦିନରେ ହିଁ ବିଧାନସଭାରେ ୨୦୨୧-୨୨ ଅତିରିକ୍ତ ବଜେଟ୍ ଆଗତ ହେବ।

Advertisment

ଏହାପରେ ଡିସେମ୍ବର ୭, ୮ ଏବଂ ୯ ତାରିଖ ତିନି ଦିନ ଧରି ବଜେଟ୍ ଉପରେ ଆଲୋଚନା ହେବ। ଡିସେମ୍ବର ୧୦ ତାରିଖରେ ଆଗତ ହେବ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍।   

ବିଜ୍ଞପ୍ତି ଅନୁସାରେ ମୋଟ ୨୬ ଦିନ ଅଧିବେଶନ ବସିବ। ଏଥିରେ ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟକୁ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ଆସିବ। ଡିସେମ୍ବର ୧୧ରୁ ଡିସେମ୍ବର ୩୧ ଯାଏ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ, ତାହା ସ୍ଥିରକୃତ ହୋଇନାହିଁ। କେବଳ ଅଫିସିଆଲ ବିଜନେସ୍ ଓ ପ୍ରାଇଭେଟ୍ ମେମ୍ବର୍ସ ବିଜନେସ୍ ଭାବେ ଉଲ୍ଲେଖ ରହିଛି।

Advertisment

ଡିସେମ୍ବର ୨୫ ଓ ୨୬ ଦୁଇ ଦିନ ଛୁଟି ରହିବ। ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟା ଓ ସେକ୍ସ ସ୍କାଣ୍ଡାଲ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ, ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟହେବା ଓ ମଣ୍ଡି ସମସ୍ୟା ଆଦି ପ୍ରସଙ୍ଗ ଗୃହକୁ ସରଗରମ କରାଇବ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶେଷଥର ପାଇଁ ଅଧିବେଶନ ବସୁଥିବାରୁ ଉଭୟ ଶାସକ ଓ ବିରୋଧୀ ନିଜ ନିଜର ରଣନୀତି ମାଧ୍ୟମରେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରିବେ।

ସୂଚନାଯୋଗ୍ୟ, ବିଧାନସଭା ଅଧିବେଶନ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୬୦ ଦିନ ବସିବାର ନିୟମ ରହିଛି। ଏବେ ୨୬ ଦିନ ବାକି ରହିଥିଲା। ଆଜି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏନେଇ ସୂଚନା ଦେବା ସହ ରାଜ୍ୟପାଳ ଓ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କହିଥିଲେ।

Winter Session Bhubaneswar Odisha Assembly Odisha
Advertisment
Advertisment