• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

୨୦୨୪ ନିର୍ବାଚନ ପୂର୍ବରୁ ଶେଷ ଥର ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଆଜିଠାରୁ ଆରମ୍ଭ ହେଲା ପ୍ରକ୍ରିୟା । ସାମ୍ୱାଦିକ ସମ୍ମିଳନୀ କରି ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ଆଜିଠାରୁ ଆରମ୍ଭ ହୋଇଛି ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ । ୨୦୨୩ ଡିସେମ୍ବର ୯ ଯାଏଁ ଆବେଦନ କରିପାରିବେ ଭୋଟର । ୨୦୨୪ ଜାନୁଆରୀ ପହିଲା ସୁଦ୍ଧା ଯେଉଁମାନଙ୍କର ବୟସ ୧୮ ବର୍ଷ ହୋଇଥିବ ସେମାନଙ୍କର ନାମ ଭୋଟର ତାଲିକାରେ ରହିପାରିବ । ଏଥିପାଇଁ ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବ୍ଲକ, ତହସିଲ ଓ ବୁଥ୍ ସ୍ତରୀୟ ଅଧିକାରୀଙ୍କୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି ।

୨୦୨୩ ଜାନୁଆରୀ ୫ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ, ଓଡ଼ିଶାରେ ବୁଥ୍ ସଂଖ୍ୟା ଥିଲା ୩୭ ହଜାର ୬୦୬ । ଜିଲ୍ଲାପାଳମାନଙ୍କ ପ୍ରସ୍ତାବ ଆଧାରରେ ବୁଥ୍ ସଂଖ୍ୟା ବଢ଼ି ୩୭ ହଜାର ୮୦୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମହିଳା ଭୋଟରଙ୍କ ହାର ସର୍ବାଧିକ ବଢ଼ିଛି । ରାଜ୍ୟରେ ପୁରୁଷ-ମହିଳା ଭୋଟର ହାର ବଢ଼ି ପ୍ରତି ହଜାରେ ପୁରୁଷରେ ମହିଳା ଭୋଟରଙ୍କ ସଂଖ୍ୟା ୯୬୧ରୁ ବଢ଼ି ୯୬୩ରେ ପହଞ୍ଚିଛି ।