The temple will be closed
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଛି ।
ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ସେବା ଏବଂ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।
ସୂଚନା ଅନୁସାରେ କରୋନାର ତୃତୀୟ ଲହର ପାଇଁ ଜାନୁଆରୀ ୧୦ରୁ ବନ୍ଦ ରହିଥିଲା ଶ୍ରୀମନ୍ଦିର। କରୋନା ତଳମୁହାଁ ହେବା ପରେ ପ୍ରାୟ ୩ ସପ୍ତାହ ପରେ ଗତ ୧ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିଛି ବଡ଼ ଦେଉଳ।
କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି। ସକାଳ ୬ଟାରୁ ଦର୍ଶନ ଆରମ୍ଭ ହୋଇଥିବା ବେଳେ ରାତି ୯ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଖୋଲା ରହୁଛି ଶ୍ରୀମନ୍ଦିର। ହେଲେ ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନିତୀ ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1644380556.jpg)