Home Loan
ସରକାରୀ କର୍ମଚାରୀଙ୍କ ପାଇଁ ବଢ଼ିଲା ଗୃହ ନିର୍ମାଣ ଋଣ ପରିମାଣ । ଏଣିକି ସରକାରୀ କର୍ମଚାରୀମାନେ ୮% ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହ ଋଣ । ଗୃହ ଋଣ ୨୫ ଲକ୍ଷରୁ ୪୦ ଲକ୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସୁଧ ପରିମାଣର ମଧ୍ୟ ୧୧.୫%ରୁ କମାଇ ୮% ରଖିବାକୁ ଘୋଷଣା କରାଯାଇଛି ।
ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଆଜି ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀମାନଙ୍କୁ ଦିଆଯିବ । ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା ।
ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସୁବିଧାର ଫାଇଦା ଉଠାଇ ପାରିବେ ବୋଲି ସୂଚନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)