Advertisment

ଚଳିତଥର ୭ ପଂଚାୟତରେ ହେବନି ନିର୍ବାଚନ, ଜାଣନ୍ତୁ କଣ ରହିଛି କାରଣ...

ଏଥର ୭ ପଂଚାୟତରେ ହେବନି ନିର୍ବାଚନ, କାରଣ ଏହି ପଂଚାୟତ ଗୁଡ଼ିକ ବିଭିନ୍ନ ଏନ୍ଏସିରେ ବିଲୀନ ହୋଇଥିବାରୁ ସେସବୁରେ ଏଥର ପଞ୍ଚାୟତ ନିର୍ବାଚନ କରାଯିବ ନାହିଁ

ଅଦ୍ୟତନ ହୋଇଛି
Panchayat Election

Panchayat Election

Advertisment

ଭୁବନେଶ୍ୱର: ୨୦୧୭ ତୁଳନାରେ ୨୦୨୨ରେ ୭ଟି କମ୍ ପଞ୍ଚାୟତରେ ନିର୍ବାଚନ ହେବ। ଏହି ୭ଟି ପଞ୍ଚାୟତ ବିଭିନ୍ନ ଏନ୍ଏସିରେ ବିଲୀନ ହୋଇଥିବାରୁ ସେସବୁରେ ଏଥର ପଞ୍ଚାୟତ ନିର୍ବାଚନ କରାଯିବ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୨୦୧୭ରେ ୬ ହଜାର ୮୦୧ଟି ପଞ୍ଚାୟତରେ ନିର୍ବାଚନ ହୋଇଥିଲା। ହେଲେ ୨୦୨୨ରେ ୬ ହଜାର ୭୯୪ ପଞ୍ଚାୟତରେ ନିର୍ବାଚନ କରାଯିବ ବୋଲି ସୂଚନା ଦିଆଯାଇଛି। ବାଲେଶ୍ୱର ରେମୁଣା ଏନ୍ଏସିରେ ୪ଟି, ନୟାଗଡ଼ର ଓଡ଼ଙ୍ଗାରେ ୨ଟି ଓ ବରଗଡ଼ ଜିଲ୍ଲାର ବିଜେପୁରରେ ଗୋଟିଏ ପଞ୍ଚାୟତ ସାମିଲ ହୋଇଛି ।

Advertisment

ଏଣୁ ଏସବୁ ପଞ୍ଚାୟତରେ ନିର୍ବାଚନ କରାଯିବ ନାହିଁ। ସେହିପରି ୧୧୧ଟି ଓ୍ୱାର୍ଡରେ ଓ୍ୱାର୍ଡ ମେମ୍ବର ପଦ ପାଇଁ ନିର୍ବାଚନ ହେବନାହିଁ। ଗତଥର ୯୨ ହଜାର ୨୭ଟି ଓ୍ୱାର୍ଡରେ ନିର୍ବାଚନ ହୋଇଥିଲାବେଳେ ଏଥର ୯୧ ହଜାର ୯୧୬ଟି ଓ୍ୱାର୍ଡରେ ଇଲେକ୍ସନ ହେବ। ସେହି ଅନୁସାରେ ତ୍ରି ସ୍ତରୀୟ ପଂଚାୟତ ର୍ନିବାଚନରେ ମହିଳାଙ୍କ ପାଇଁ ୪୯ ହଜାର ୪୬୯ଟି ଓ୍ୱାର୍ଡମେମ୍ବର ପଦ ସଂରକ୍ଷିତ ରଖାଯାଇଛି। ପଛୁଆବର୍ଗଙ୍କ ପାଇଁ ୧୨ ହଜାର ୩୧ଟି ଓ୍ୱାର୍ଡ ସଂରକ୍ଷିତ ରଖାଯାଇଛି। ଅନ୍ୟ ପକ୍ଷରେ ୬ ହଜାର ୭୯୪ ପଞ୍ଚାୟତ ମଧ୍ୟରୁ ୩୫୦୦ଟି ମହିଳାଙ୍କ ପାଇଁ ଓ ଓବିସିଙ୍କ ପାଇଁ ୭୭୮ଟି ଆସନ ସଂରକ୍ଷିତ ରହିଛି। ୩୫୩୮ଟି ସମିତି ସଭ୍ୟ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବାବେଳେ ଓବିସି ପାଇଁ ୯୧୩ଟି ସିଟ୍ ସଂରକ୍ଷିତ ରହିଛି।

 ଅଧିକ ପଢ଼ନ୍ତୁ : ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା

Panchayat Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ