• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆସନ୍ତା କାଲି ଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ । ସୁରକ୍ଷା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିବ ବିଧାନସଭା । ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ ।

ଏଡ଼ିଜି , ଗୁଇନ୍ଦା ଡ଼ିଆଇଜି, ପୋଲିସ କମିଶନର, ଭୁବନେଶ୍ୱର ଡିସିପି, ଟ୍ରାଫିକ ଡିସିପି ଓ ବରିଷ୍ଠ ଅଧିକାରୀ ସାମିଲ ହୋଇ ସୁରକ୍ଷା ଯାଞ୍ଚ କରିଥିଲେ । ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ରହିବ ସୁରକ୍ଷା ବ୍ୟବସ୍ଥା । ୩୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ, ୨ ଜଣ ଅତିରିକ୍ତ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ସୁପରଭିଜନ କରିବେ । ସେହିପରି ସିସିଟିଭି ସ୍କାନରରେ ରହିବ ମହାତ୍ମା ଗାନ୍ଧୀ ମାର୍ଗ ରାଲି, ଧାରଣା ଓ ସୁରକ୍ଷାକୁ ନଜରରେ ରଖି ୫ଟି କଣ୍ଟ୍ରୋଲ ରୁମ ଖୋଲାଯାଇଛି ।

ଷ୍ଟ୍ରାଇକିଂ ଫୋର୍ସ, କୁଇକ ରେସପେନ୍ସ ଟିମ, ସ୍ପେଶାଲ ଟାକଟିକାଲ ୟୁନିଟ, ଆର୍ମଡ଼ ପୋଲିସ, ରୂପ ଟଫ ସିକୁରିଟି, ସାଧା ପୋଷାକଧାରୀ ପୋଲିସ ମୁତୟନ ରହିବେ । ବିଧାନସଭା ସମୟରେ ଯେଉଁ ମାନେ ଆତ୍ମହତ୍ୟା ଉଦ୍ୟମ କରୁଛନ୍ତି, ସେମାନେ ଗଣତାନ୍ତ୍ରିକ ଉପାୟରେ ଦାବି ଜଣାନ୍ତୁ ବୋଲି ସିପି ଅପିଲ କରିଛନ୍ତି । ଆସନ୍ତାକାଲିଠୁ ବିଧାନସଭା ଶେଷ ଯାଏଁ ସଂଲଗ୍ନ ଚର୍ତୁପାର୍ଶ୍ୱ ରାସ୍ତାକୁ ସିଲ କରାଯିବ ବୋଲି ପୋଲିସ କମିଶନର କହିଛନ୍ତି ।

ସେପଟେ ବିଧାନସଭା ଶୀତ ଅଧିବେଶନ ପାଇଁ ଶାସକ ଦଳ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛି ବିଜେଡି । ଆସନ୍ତାକାଲି ୧୦ଟା୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଧାୟକ ଦଳ ବୈଠକ । ଦଳ କେଉଁ କେଉଁ ପ୍ରସଙ୍ଗ ଗୃହରେ ଉଠାଇବ ତାହା ଉପରେ ଆଲୋଚନା ହେବ l ବିରୋଧି ଦଳ ଯେଉଁ ସବୁ ପ୍ରସଙ୍ଗ ଉଠାଇବେ ତାହା ଆଲୋଚନା ମାଧ୍ୟମରେ ସମାଧାନ କରାଯିବ ବୋଲି କହିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ।

ଅନ୍ୟପଟେ ବିଧାନସଭା ପୂର୍ବରୁ ସରକାରଙ୍କୁ ଘେରିବାକୁ ସଜବାଜ ହେଲେଣି ବିରୋଧୀ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ଆଜି ବିଜେପି ଓ କଂଗ୍ରେସ ପକ୍ଷରୁ ବିଧାୟକ ଦଳ ବୈଠକ କରୁଛନ୍ତି ।