• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ । ଆଜି ମଙ୍ଗଳ ଆଳତୀ ପରେ ରତ୍ନ ସିଂହାସନ ଉପରେ ଥିବା ସିଂହାରୀ ସେବାୟତଙ୍କ ଗୋଡ଼ ଖୁଣ୍ଟିଆ ସେବାୟତଙ୍କ ଦେହରେ ବାଜିଯିବାରୁ ଠାକୁରଙ୍କୁ ମହାସ୍ନାନ କରାଯାଇଛି । ଏଥିପାଇଁ ମହାପ୍ରଭୁଙ୍କ ନୀତିରେ ପ୍ରାୟ ୧ ଘଣ୍ଟା ବିଳମ୍ବ ହୋଇଛି। ସେପଟେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ, ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ଅନ୍ୟପକ୍ଷେରେ ରଥଯାତ୍ରା ପାଇଁ ଗତ ୨୫ ତାରିଖ ଦିନ ପୁରୀରେ ରଥକାଠ ପହଞ୍ଚିଥିଲା । ରଥ ନିର୍ମାଣ ପାଇଁ ବିଳମ୍ବିତ ରାତିରେ ୪୦ ଫୁଟିଆ ଧଉରା କାଠ ପହଞ୍ଚିଥିଲା । ପୂର୍ବରୁ ଅସନ ଓ ଧଉରା ଆଦି କାଠ ଲଗାତାର ଭାବେ ଆସି ଚାଲିଛି । ରାମନବମୀ ତିଥିରେ ରଥକାଠ ଚିରଟ ଆରମ୍ଭ ହୋଇଛି । ତେବେ ରଥ ର୍ନିମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଛି ।

ସୂଚନା ଅନୁସାରେ ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ରବିବାର ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ରର ସାହିଯାତ ମଧ୍ୟ ଶେଷ ହୋଇଛି ।