Advertisment

ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି ଅପରାହ୍ନ ୪ଟାରୁ ୬ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆଜି ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି। ଅପରାହ୍ନ ୫ଟାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ୫ଟା ୪୫ ମିନିଟ୍‌ରେ ବାହାରିବେ। ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ୬ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ।

 President To Visit Odisha

President To Visit Odisha

Advertisment

ଆଜି ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ରାଷ୍ଟ୍ରପତି ଆଜି ଅପରାହ୍ନ ୨ଟା ୪୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ୩ଟା ୨୫ ମିନିଟ୍‌ରେ ପୁରୀରେ ହେଲିପ୍ୟାଡ୍‌ରେ ଅବତରଣ କରି ରାଜଭବନରେ ଅବସ୍ଥାନ କରିବେ।  

Advertisment

ଅପରାହ୍ନ ୫ଟାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ୫ଟା ୪୫ ମିନିଟ୍‌ରେ ବାହାରିବେ। ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ୬ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ରାଜଭବନରେ ରାତ୍ରୀ ଯାପନ କରିବା ପାଇଁ ବ୍ୟବସ୍ଥା ହୋଇଛି।

ସେହିପରି ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ସକାଳ ୧୦ଟା ୩୫ ମିନିଟ୍‌ରେ ରାଷ୍ଟ୍ରପତି ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତାଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ଲୁ ବୁକ୍ ବ୍ୟବସ୍ଥା ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାଥାଉ କି, ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଗତକାଲି ପୁରୀରେ କାରକେଡ୍‌ ରିହର୍ସାଲ ହୋଇଥିଲା।  

Advertisment
Ram Nath Kovind President Ram Nath Kovind President Visit Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ