Advertisment

ସାବଧାନ ଗାଡ଼ି ଚାଳକ ! ଆଜିଠୁ ଟ୍ରାଫିକ ଧରପଗଡ଼, ଧରାପଡ଼ିଲେ ଗଣିବେ ଫାଇନ୍‌

ଆଜିଠୁ ୨୧ ତାରିଖ ଯାଏ ସକାଳ ୯ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ସଂଧ୍ୟା ୬ଟା ଯାଏ ରାଜ୍ୟ ରାଜପଥ ଏବଂ ଜାତୀୟ ରାଜପଥରେ ଚାଲିବ ଧରପଗଡ଼ ଅଭିଯାନ। ଅଭିଯାନରେ ପୋଲିସ୍‌ ମଧ୍ୟ ସାମିଲ ହେବ।

ଅଦ୍ୟତନ ହୋଇଛି
Traffic Rules

Traffic rules and penalties to be stricter from today

Advertisment

ଆଜିଠୁ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଜୋରଦାର ହେବ ଧରପଗଡ଼। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ପେଶାଲ୍ ଡ୍ରାଇଭକୁ ଜୋରଦାର କରାଯିବ। ଏନେଇ ରାଜ୍ୟ ର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଆଜିଠୁ ୨୧ ତାରିଖ ଯାଏ ସକାଳ ୯ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ସଂଧ୍ୟା ୬ଟା ଯାଏ ରାଜ୍ୟ ରାଜପଥ ଏବଂ ଜାତୀୟ ରାଜପଥରେ ଚାଲିବ ଧରପଗଡ଼ ଅଭିଯାନ। ଅଭିଯାନରେ ପୋଲିସ୍‌ ମଧ୍ୟ ସାମିଲ ହେବ।  ଏହି ସ୍ପେଶାଲ ଡ୍ରାଇଭରେ ଫୋକସରେ ରହିବ ବିନା ହେଲ୍‌ମେଟ୍‌ରେ ଗାଡ଼ି ଚାଳନା, ଗାଡ଼ି ଚଳାଉଥିବାବେଳେ ମୋବାଇଲ୍ ବ୍ୟବହାର, ସିଟ୍ ବେଲ୍ଟ ଏବଂ ସର୍ବାଧିକ ବେଗରେ ଗାଡ଼ି ଚାଳନା। ଯେଉଁମାନେ ଏହିସବୁ ଟ୍ରାଫିକ ନିୟମ ଉଲ୍ଲଂଘନ କରିବେ ସେମାନଙ୍କୁ ଧରାଯାଇ ଫାଇନ୍‌ ଆଦାୟ ସହ ଅନ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅଧିକ ପଢ଼ନ୍ତୁ: ଟ୍ରାଫିକ ନିୟମ କଡ଼ାକଡ଼ି, ହେଲା ବଡ଼ ପରିବର୍ତ୍ତନ...ଜାଣନ୍ତୁ କ’ଣ

ବିନା ଲାଇସେନ୍ସରେ ବାଇକ୍ ଚାଳନା କରୁଥିବା ବ୍ୟକ୍ତିଙ୍କ ଗାଡ଼ିକୁ ଜବତ କରାଯିବ। ସେହିପରି ବିନା ହେଲମେଟ୍‌ରେ ଯାତ୍ରା କରୁଥିଲେ ୩ ମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯିବ ବୋଲି ନିର୍ଦ୍ଦେଶନାମାରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଉଲ୍ଲେଖ କରିଛନ୍ତି। 

Advertisment
Traffic Rules
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ