• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଅନୁଗୋଳ ଜିଲ୍ଲା ୫୫ନମ୍ବର ଜାତୀୟ ରାଜପଥ ମରାତିରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋରେ ଥିବା ଦୁଇ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭରଙ୍କ ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡିଛି ।

ଅଟୋଟି ମହିଧରପୁରରୁ ଦୁର୍ଗାପୁର ଅଭିମୁଖେ ଯାଉଥିବା ସମୟରେ ଟ୍ରକ ସହ ଧକ୍କା ହୋଇଥିଲା । ମହିଧରପୁର ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ଜରପଡ଼ା ଓ ଦୁର୍ଗାପୁର ଅଞ୍ଚଳର ସମ୍ପର୍କୀୟମାନେ ଅଟୋରେ ଯାଇ ମୃତକଙ୍କ ସମ୍ପର୍କୀୟଙ୍କୁ ଦେଖିବାକୁ ଯାଇଥିଲେ । ତେବେ ସେଠାରୁ  ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଅଟୋରେ ୪ ଜଣ ଯାତ୍ରୀ ସହ ଅଟୋ ଚାଳକ ଥିଲେ । ମୃତ ମହିଳା ଦୁଇ ଜଣ ଦୁର୍ଗାପୁର ଓ ଜରପଡ଼ା ଅଞ୍ଚଳର ହୋଇଥିବା ଜଣାପଡ଼ିଛି ।

ଗୁରୁତରଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କଟକ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଦୁର୍ଘଟଣା ବିଷୟରେ ଖବର ପାଇ ଜରପଡ଼ା ପୋଲିସ ପହଁଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି ।

OTV is now on Whatsapp

Join and get latest news update delivered to you via whatsapp

Join Now