/odishatv-khabar/media/post_attachments/uploadimage/library/16_9/16_9_0/IMAGE_1647571352.jpg)
Two Of Family Charred To Death In Rayagada
ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ଥାନା ଅନ୍ତର୍ଗତ ଶିଖରପାଇ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ନିଆଁ ଲାଗିଯିବା ଫଳରେ ଗୋଟିଏ ପରିବାରର ୫ ଜଣ ପୋଡ଼ି ହୋଇଯାଇଥିଲେ।
ଗୁରୁତର ଅବସ୍ଥାରେ ପରିବାରର ୫ ସଦସ୍ୟଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ଏମ୍କେସିଜିକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଦୟାନିଧି ବେହେରା ଓ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବେହେରାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଅନିଲ ବେହେରା, ଶ୍ରୀକାନ୍ତ ବେହେରା ଓ ବୋହୂ ସ୍ୱପ୍ନା ବେହେରାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନାଥାଉ କି, ଗତକାଲି ଶିଖରପାଇ ଗାଁର ଦୟାନିଧିଙ୍କ ଘରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଫଳରେ ପରିବାରର ୫ ସଦସ୍ୟ ନିଆଁରେ ପୋଡ଼ି ହୋଇ ଚିତ୍କାର କରିଥିଲେ। ସେମାନଙ୍କର ଚିତ୍କାର ଶୁଣି ପଡ଼ୋଶୀ ଦୌଡ଼ି ଯାଇ ସମସ୍ତଙ୍କୁ ଉଦ୍ଧାର କରି ହସ୍ପିଟାଲ୍ରେ ଭର୍ତ୍ତି କରିଥିଲେ। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)