Advertisment

ଦୁଇଟି ସ୍ଥାନରେ ଭୟଙ୍କର ସଡ଼କ ଦୁର୍ଘଟଣା: ଜାତୀୟ ମାନ ନିର୍ଦ୍ଧାରଣ ଅଧିକାରୀଙ୍କ ସମେତ ୨ ବ୍ୟବସାୟୀ ମୃତ

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଜାତୀୟ ରାଜପଥ ୨୦ର ଦରଖଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ନୂଆଦିଲ୍ଲୀ ସ୍ଥିତ ଜାତୀୟ ମାନ ନିର୍ଦ୍ଧାରଣ ଅଧିକାରୀ ଗୁହାର ଚନ୍ଦ ପନୱାରଙ୍କ ମୃତ୍ୟୁ ଘଟିଛି।

author-image
Rajalaxmi Sahoo
Accident

Accident

ଆନନ୍ଦପୁର/ଟିଟିଲାଗଡ଼: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଜାତୀୟ ରାଜପଥ ୨୦ର ଦରଖଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ନୂଆଦିଲ୍ଲୀ ସ୍ଥିତ ଜାତୀୟ ମାନ ନିର୍ଦ୍ଧାରଣ ଅଧିକାରୀ ଗୁହାର ଚନ୍ଦ ପନୱାରଙ୍କ ମୃତ୍ୟୁ ଘଟିଛି। ଗତକାଲି ସେ ପିଏମଜିଏସୱାଇ କାମ ଅନୁଧ୍ୟାନ କରି ବିଳମ୍ବିତ ରାତିରେ ଫେରୁଥିଲେ। ରାତି ପ୍ରାୟ ୧୨ଟା ୩୦ରେ ତାଙ୍କ ଗାଡିଟି ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ପନୱାରଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସରେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ଘଟିଛି। 

Advertisment

ସେହିପରି ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଅନ୍ତର୍ଗତ ଲୁହୁରାପାଳି ଛକ ନିକଟରେ ମଧ୍ୟ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିଠା ବିକ୍ରି କରିବାକୁ ଯାଉଥିବା ବେଳେ ଦୁର୍ଘଟଣାରେ ୨ ଜଣ ମିଠା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ସେମାନେ ଏକ ଡାଲା ଅଟୋରେ ଯାଉଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରେ ଲୁହୁରାପାଳି ଛକରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ମୃତକ ଦ୍ୱୟ ହେଲେ ସୁବଳ ସାହୁ ଓ କୈବଲ୍ୟ ମାଝୀ। ଦୁର୍ଘଟଣାରେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁବଳଙ୍କ ପୁଅ ଓ ଟ୍ରକ୍‌ ଡ୍ରାଇଭର ଅଛନ୍ତି। 

ଡାଲା ଅଟୋ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବା ବେଳେ ଟ୍ରକ୍‌ଟି ମଧ୍ୟ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ସୁବଳ ଓ କୈବଲ୍ୟଙ୍କର ମୃତ୍ୟ ଘଟିଥିଲା। ଗୁରୁତର ଅବସ୍ଥାରେ ସୁବଳଙ୍କ ପୁଅ ଓ ଟ୍ରକ୍‌ ଡ୍ରାଇଭରଙ୍କୁ ସଇଁତଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସୁବଳଙ୍କ ପୁଅଙ୍କୁ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି।

Advertisment
Road Accident Car Accident
Advertisment
Advertisment