Advertisment

ସକାଳୁ ସକାଳୁ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ପରେ ‘ମୋ ମାଟି ମୋ ଦେଶ ଅଭିଯାନ’ରେ ସାମିଲ ହେବେ,ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

author-image
Prangyan Parimita
ଅଦ୍ୟତନ ହୋଇଛି
Union Minister Nirmala Sitharaman Odisha Visit

Union Minister Nirmala Sitharaman

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳୁ ସକାଳୁ ଶ୍ରୀମନ୍ଦିରରେ ଶ୍ରୀଜିଓଙ୍କୁ ଦର୍ଶନ କରିଛନ୍ତି ।  ଆଜି ସକାଳେ ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା ।  ନିର୍ମଳାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଅଛନ୍ତି ।

Advertisment

ମହାପ୍ରଭୁଙ୍କୁ ଦର୍ଶନ ପରେ ୯ଟା ୧୫ରୁ ୧୦ଟା ୧୫ ମଧ୍ୟରେ ‘ମୋ ମାଟି ମୋ ଦେଶ ଅଭିଯାନ’ରେ ପୁରୀ ପେଣ୍ଠକଟା ଠାରେ ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିରେ ତିନିହଜାର ଛାତ୍ରଛାତ୍ରୀ ସାମିଲ ହେବେ ।

ଏହାପରେ ୧୦ଟା ୩୦ ରୁ ୧୧ଟା ୧୫ ମଧ୍ୟରେ ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଗାଁ ବୀରହରେକୃଷ୍ଣପୁରକୁ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଉଭୟ କେନ୍ଦ୍ରମନ୍ତ୍ରୀଙ୍କୁ ବୀରହରେକୃଷ୍ଣପୁର ଠାରେ ସଂକୀର୍ତ୍ତନ ମଣ୍ଡଳୀ ଜରିଆରେ ଜୋରଦାର ସ୍ୱାଗତ କରାଯିବ । ଏହା ପରେ ଭୁବନେଶ୍ୱର ଫେରି ଦୁଇଟି କାର୍ଯ୍ୟକ୍ରମରେ ସାମିଲ ହେବେ ।

Advertisment

ଅପରାହ୍ନରେ କୁଇ ଓ ଦେଶିଆ ଭାଷାରେ ଲିଖିତ ପୁସ୍ତକର ଉନ୍ମୋଚନ ସହ ୨୦ତମ ‘ନ୍ୟାସନାଲ୍ ଚାର୍ଟାଡ୍ ଆକାଉଣ୍ଟ’ କନଫରେନସରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଗତକାଲି ରାତିରେ ନିର୍ମଳା ସୀତାରମଣ ପୁରୀରେ ପହଞ୍ଚିଥିଲେ । ...

Union Minister Nirmala Sitharaman Puri Srimandir
Advertisment
Advertisment