• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲାରେ ଯୋଡ଼ି ହେଲା ଆଉ ଏକ ନୂଆ ଫର୍ଦ୍ଦ । ହାଇକୋର୍ଟରୁ ପିଟିସନ ପ୍ରତ୍ୟାହାର କଲେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ବିବାହ ବିଚ୍ଛେଦ ମାମଲାରେ ସାନି ସାକ୍ଷ୍ୟଗ୍ରହଣ ଆବେଦନ କରିଥିଲେ ବର୍ଷା ।  ଆଉ ଥରେ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ଆବେଦନ କରିଥିଲେ । ତଳ କୋର୍ଟରେ ଆବେଦନ ଅଗ୍ରାହ୍ୟ ହେବାରୁ ହାଇକୋର୍ଟ ଆସିଥିଲେ ବର୍ଷା ।

ସୂଚନାଯୋଗ୍ୟ, ପୂର୍ବରୁ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା । ତେବେ ପୁନର୍ବାର ଅନୁଭବଙ୍କ ସାନି ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ରିକଲ ପିଟିସନ ଦାୟର କରିଥିଲେ । ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଥିବା ଦର୍ଶାଇ ପାରିବାରିକ ଅଦାଲତ ବର୍ଷାଙ୍କ ଆବେଦନକୁ ଗତ ୧୬ ତାରିଖରେ ଖାରଜ କରି ଦେଇଥିଲେ। ପାରିବାରିକ ଅଦାଲତଙ୍କ ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ବର୍ଷା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତେବେ ବର୍ଷା ଦାୟର କରିଥିବା ଆବେଦନର ଶୁଣାଣି ପୂର୍ବରୁ ଥରେ ଘୁଞ୍ଚାଇଥିଲେ ହାଇକୋର୍ଟ । 

ଅନ୍ୟପଟେ ବର୍ଷା ଖୁବ୍‌ ଶୀଘ୍ର ଶାଶୂଘର ଛାଡ଼ିବେ । ଏନେଇ ସେ କୋର୍ଟଙ୍କୁ ଜଣାଇସାରିଛନ୍ତି । SDJM କୋର୍ଟ ଦେଇଥିବା ନିଷ୍ପତ୍ତି କାଏମ ରହିଛି । ପୂର୍ବରୁ ଏନେଇ ଅନୁଭବଙ୍କ ଆବେଦନକୁ ଗ୍ରହଣ କରିଥିଲେ SDJM । ବର୍ଷା ଶାଶୁଘର ଛାଡ଼ିବା ଲାଗି ଅନୁଭବଙ୍କ ଆବେଦନ ଗ୍ରହଣ ହୋଇଥିଲା । ବର୍ଷା ଅନ୍ୟତ୍ର ରହିବା ପାଇଁ ଘରଭଡ଼ା ଦେବାକୁ କହିଥିଲେ କୋର୍ଟ । ମାସିକ ୩୦ ହଜାର ଟଙ୍କା ଘରଭଡ଼ା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । SDJMଙ୍କ ନିର୍ଦ୍ଦେଶକୁ ଚାଲେଂଜ କରି ଜିଲ୍ଲା ଜଜ୍ କୋର୍ଟ ଯାଇଥିଲେ ବର୍ଷା ।