/odishatv-khabar/media/post_attachments/uploadimage/library/16_9/16_9_0/s_1681873065.jpg)
VHP observes dawn to dusk bandh in 14 western Odisha districts
ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହିଂସାକାଣ୍ଡ ଘଟଣା ପ୍ରତିବାଦରେ ରାଜ୍ୟର ୧୪ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ। ଭିଏଚ୍ପି ପଶ୍ଚିମ ପ୍ରାନ୍ତ ଶାଖା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରଖିବା ସହ ଚକ-ଅଖ ବନ୍ଦ ରଖିବାକୁ ବି ଆହ୍ୱାନ ଦିଆଯାଇଛି। ସମ୍ବଲପୁର ହିଂସା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭିଏଚ୍ପି ଦାବି କରିଛି। ବିଜେପି ଓ ବଜରଙ୍ଗ ଦଳ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି ।
ଏହି ବନ୍ଦ ଡାକରାର ପ୍ରଭାବ ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି। ବଲାଙ୍ଗିରରେ ବଜରଙ୍ଗ ଦଳର ସଦସ୍ୟ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ସେହିପରି ଭବାନୀପାଟଣାରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଦ, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ବିଶ୍ୱ ହିନ୍ଦୁ ପରିଷଦ ବନ୍ଦ ଡାକରା ଦେଇଛି।
ସେପଟେ ଧୀରେ ଧୀରେ ସ୍ୱାଭାବିକ ହେଉଛି ସମ୍ବଲପୁର ସହର। ଆଜି ସକାଳ ୭ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ସହରରେ କର୍ଫ୍ୟୁ କୋହଳ କରିଛି ଜିଲ୍ଲା ପ୍ରଶାସନ। ଜନସାଧାରଣଙ୍କ ଚଳପ୍ରଚଳ ସାଙ୍ଗକୁ ଜୀବନଜୀବିକା ସ୍ୱାଭାବିକ କରିବା ପାଇଁ ଧୀରେ ଧୀରେ କଟକଣା କୋହଳ କରାଯାଉଛି। ଏହା ସତ୍ତ୍ୱେ ବି ସ୍ଥିତିରେ ସମ୍ପୂର୍ଣ୍ଣ ସୁଧାର ଆସିନାହିଁ। ସୂଚନା ଅନୁସାରେ, ସହରରେ ଶାନ୍ତି ଫେରାଇ ଆଣିବା ପାଇଁ ଗତକାଲି ଜିଲ୍ଲାପାଳ ଓ ଏସ୍ପିଙ୍କ ଅଧ୍ୟକ୍ଷତାରେ ଶାନ୍ତି କମିଟି ବୈଠକ ବସିଥିଲା। ତେଣୁ ସହରରେ ଏବେ ବି ଇଣ୍ଟରନେଟ୍ ସେବା ବନ୍ଦ ରଖିଛି ଜିଲ୍ଲା ପ୍ରଶାସନ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)